ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟର ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ରାତି ତାପମାତ୍ରା କମିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବଢ଼ିଛି। କନ୍ଧମାଳ ଜିଲାର ଘୁ.ଉଦୟଗିରିରେ ପାରଦ ୮.୨ଡିଗ୍ରୀ ଥିବାବେଳେ ଫୁଲବାଣୀରେ ୧୧.୨ ଏବଂ ଦାରିଙ୍ଗବାଡ଼ିରେ ୧୦.୫ଡିଗ୍ରୀ ରହିଛି। ଭୁବନେଶ୍ବରରେ ପାରଦ ୧୫.୫ ଏବଂ କଟକରେ ୧୪.୪ ଡିଗ୍ରୀ ଛୁଇଁଛି। କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଆଦି ଜିଲାରେ ଶୀତ ସ୍ବାଭାବିକ ରହିଛି।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ଦିନ ପର୍ୟ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ୨ରୁ ୩ଡିଗ୍ରୀ ପର୍ୟ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି। ମଙ୍ଗଳବାର ସକାଳେ ଖୋର୍ଦ୍ଧା, କୋରାପୁଟ ଏବଂ ଭବାନୀପାଟଣାରେ କୁହୁଡ଼ି ଦୃଶ୍ୟମାନ ହୋଇଥିବା ବେଳେ ବୁଧବାର ସକାଳେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ