ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର

ଜଳେଶ୍ବର: ସତର୍କ ସଙ୍କେତ ଅତିକ୍ରମ କରି କ୍ରମଶଃ ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର । ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ମିଟର ରହିଥିବା ବେଳେ ସତର୍କ ସଙ୍କେତ ରହିଛି ୯.୪୫ ମିଟର । ଶୁକ୍ରବାର ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୧୦.୦୭ ମିଟରରେ ପ୍ରବାହିତ ହେଉଛି । ଯାହା ଫଳରେ ସୁବର୍ଣ୍ଣରେଖା ନଦୀରେ ଚଳିତ ବର୍ଷ ତୃତୀୟ ଥର ବନ୍ୟା ଦେଖାଦେଇଛି । ଗତ କିଛି ଦିନ ଭିତରେ ସୁବର୍ଣ୍ଣରେଖା ନଦୀରେ ଦୁଇ ଥର ବନ୍ୟା ଆସିବା ଫଳରେ ବାଲିପାଳ ବ୍ଲକର ଶତାଧିକ ୩୦ରୁ ଅଧିକ ଗାଁ ଜଳମଗ୍ନ ହୋଇଥିବା ବେଳେ ହଜାର ହଜାର ହେକ୍ଟର ଚାଷ ଜମିରେ ଫସଲ ଉଜୁଡି ଯାଇଥିଲା । ବନ୍ୟାପାଣି ଚାଷ ଜମିରୁ ସମ୍ପୂର୍ଣ୍ଣ ନଛାଡୁଣୁ ପୁଣି ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏବେ ବାଲିଆପାଳ ବ୍ଲକର ଅନେକ ତଳିଆ ଅଞ୍ଚଳରେ ବନ୍ୟା ପ୍ରବେଶ କରିଥିବା ବେଳେ ଚାଷ ଜମି ସମ୍ପୂର୍ଣ୍ଣ ଭାବରେ ବୁଡି ରହିଛି, ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ୩ରୁ ୪ଫୁଟର ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ଯାତାୟତ ପାଇଁ ବୋଟ୍ ଉପରେ ନିର୍ଭର କରୁଛନ୍ତି । ବର୍ତ୍ତମାନ ସମୟରେ ପରିବା ଚାଷ, ଲଳିତା, ଧାନ ତଳି ପଚି ନଷ୍ଟ ହେବାକୁ ବସିଲାଣି ଯାହାକି ଚାଷୀର ମେରୁଦଣ୍ଡ ଭାଙ୍ଗିଯାଇଛି । ଖୁବ୍‌ଶୀଘ୍ର ସରକାରୀ ସାହାଯ୍ୟ ଯୋଗେଇ ଦେବାକୁ ଦାବି କରିଛନ୍ତି ବନ୍ୟା ପ୍ରଭାବିତ ଲୋକ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ