ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ: ସବୁଜରୁ ହେଲା ଗେରୁଆ

ଭୁବନେଶ୍ୱର: ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟ ପତ୍ରରେ ଲାଗିବ ଗେରୁଆ ରଙ୍ଗ । ବିଜେଡି ସରକାର ସମୟରେ ସବୁଜ ରଙ୍ଗର ଆଇ-କାର୍ଡ ହୋଇଥିବା ବେଳେ ୨୦୨୫-୨୬ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି । ଯେଉଁଥିରେ ପିଲାଙ୍କ ନାମ, ଶ୍ରେଣୀ, ଜନ୍ମ ତାରିଖ, ରୋଲ୍‌ ନମ୍ବର ଓ ଫୋନ୍‌ ନମ୍ବର ରହିବ । ପ୍ରଧାନଶିକ୍ଷକ ବା ଶିକ୍ଷୟିତ୍ରୀଙ୍କ ଦସ୍ତଖତ ରହିବା ନିତାନ୍ତ ଆବଶ୍ୟକ , ବିଭିନ୍ନ ସମୟରେ ବାହାର ପିଲାମାନେ କ୍ୟାମ୍ପସ ଭିତରକୁ ପ୍ରବେଶ କରୁଥିବାରୁ ଆଇ-କାର୍ଡକୁ ବାଧ୍ୟତାମୂଳକ କରାଯାଇଛି ।

ପିଲାମାନେ ସ୍କୁଲକୁ ଆସିବା ସମୟରେ ତାହାକୁ ବେକରେ ଆଇ-କାର୍ଡ ପକାଇ ଆସିବେ । କେବଳ ଆଇ-କାର୍ଡ ରଙ୍ଗ ବଦଳି ନାହିଁ, ବରଂ ସ୍ଲୋଗାନ୍‌ ମଧ୍ୟ ବଦଳାଇ ଦିଆଯାଇଛି। ବିଜେଡି ସରକାର ସମୟରେ ପିଲାଙ୍କ ହାଇସ୍‌ ୟୁନିଫର୍ମ ଓ ଟୋପିରେ ‘ଆମେ ଗଢ଼ିବୁ-ନୂଆ ଓଡ଼ିଶା’ ସ୍ଲୋଗାନ ଲେଖାଯାଇଥିଲା । ହେଲେ ଏଥର ସ୍ଲୋଗାନ୍‌ ପରିବର୍ତ୍ତନ କରାଯାଇ ‘ବିଦ୍ୟାବନ୍ତ ବିଦ୍ୟାର୍ଥୀ, ବିକଶିତ ଓଡ଼ିଶା’ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ହାଉସ୍‌ ୟୁନିଫର୍ମର ରଙ୍ଗରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ଛାତ୍ରଛାତ୍ରୀଙ୍କ ଟ୍ରାକ୍‌ ପ୍ୟାଣ୍ଟ ନୀଳରଙ୍ଗ ରହିଥିବା ବେଳେ ଟି-ସାର୍ଟର ରଙ୍ଗ ସବୁଜ, ହଳଦୀ, ନାଲି, ନୀଳ ରଙ୍ଗ ରହିଛି । ଟୋପିର ରଙ୍ଗ ଧଳା ରହିବ ଏବଂ ସେଥିରେ ସ୍ଲୋଗାନ ସହ ଲୋଗୋ ଲାଗିବ । ଛାତ୍ରଛାତ୍ରୀଙ୍କ ପିଛା ୫୦୦ ଟଙ୍କା ଲେଖାଏଁ ଖର୍ଚ୍ଚ କରାଯିବ। ସେଥିରୁ ୨୦୦ ଟଙ୍କାରେ ଗୋଟିଏ ହଳ ଜୋତା ଓ ଦୁଇ ହଳ ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ, ୧୨୫ ଟଙ୍କାରେ ଗୋଟିଏ ଟ୍ରାକ୍‌ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି ଓ ୨୦ ଟଙ୍କାରେ ଗୋଟିଏ ପରିଚୟପତ୍ର ଦିଆଯିବ। ପିଲାଙ୍କ ଜୋତା ରଙ୍ଗ କଳା ଓ ମୋଜା ରଙ୍ଗ ଧଳା ରହିବ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ