ବନ୍ୟା:ଭଦ୍ରକରେ ସ୍ଥିତି ସଂଗୀନ

ଭଦ୍ରକ : ଲଗାଣ ବର୍ଷା ପରେ ୬ ଜିଲ୍ଲାରେ ବନ୍ୟା ସ୍ଥିତି । ଖାସ୍ କରି ଭଦ୍ରକରେ ସ୍ଥିତି ସଂଗୀନ ହେବାରେ ଲାଗିଛି । ବୈତରଣୀ ନଦୀରେ ବନ୍ୟା ଜଳ କମ ହେଉଥିଲେ ମଧ୍ୟ କେତେକ ତଳିଆ ଅଞ୍ଚଳରେ ବନ୍ୟା ପାଣି ଜମି ରହିଛି । ତେଣୁ ପ୍ରଭାବିତ ଅଞ୍ଚଳରେ କେତେକ ସ୍କୁଲ ପ୍ରଭାବିତ ହୋଇଥିବା ଯୋଗୁଁ ଦୁଇ ଦିନ ଛୁଟି ଘୋଷଣା କରିଛି ପ୍ରଶାସନ । ଆଖୁଆପଦା ଆନିକଟ ଠାରେ ବିପଦ ସଙ୍କେତ ୧୮.୩୩ ମିଟର ଥିବା ବେଳେ ସାଖାଲ ସୁଦ୍ଧା ୧୭.୭୭ମିଟରରେ ପ୍ରବାହିତ ହେଉଛି । ଉପର ମୁଣ୍ଡରୁ ବନ୍ୟା ଜଳ କମ ହୋଇଥିଲେ ମଧ୍ୟ ତଳିଆ ଅଞ୍ଚଳରେ ବନ୍ୟା ଜଳ ଜମି ରହିଛି । ଧାମନଗର ବ୍ଲକ ଅଧିନରେ ଥିବା ୪ ପଞ୍ଚାୟତ ସୋହଡା, ପଧାନି, ଅର୍ଜୁନପୁର ଓ ହସନାବାଦ ପଞ୍ଚାୟତର ସ୍କୁଲ ଗୁଡ଼ିକ ପ୍ରଭାବିତ ହୋଇଛି । ବ୍ଲକ ଅଧିନରେ ୨୬ଟି ସ୍କୁଲ ପ୍ରଭାବିତ ହୋଇଛି । ସମାନ ଭାବେ ଚାନ୍ଦବାଲି ବ୍ଲକ ଅଧିନରେ ସନ୍ତରାପୁର, ମୁଆଁ, ବିଏସ୍‌ଏସ, ବାଙ୍କ ମୁଂହା ଓ ବୋଡକ୍ ସ୍କୁଲ ପ୍ରଭାବିତ ହୋଇଥିବା ଯୋଗୁଁ ସ୍କୁଲ ଗୁଡିକୁ ଦୁଇ ଦିନ ଛୁଟି ଘୋଷଣା କରିଛି ପ୍ରଶାସନ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ