ବର୍ବରତା: ଯୁବକଙ୍କୁ ହାତଗୋଡ଼ ଗଛରେ ବାନ୍ଧି ପିଟିଲେ

ନୟାଗଡ଼: ଯୁବକଙ୍କ ହାତଗୋଡ଼କୁ ଗଛରେ ବାନ୍ଧି କାଠ ଫାଳିଆରେ ନିସ୍ତୁକ ପିଟିଲେ ଲୋକେ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ଫତେଗଡ଼ ଥାନା ଅନ୍ତର୍ଗତ ବଡ଼ସହରା ଅଞ୍ଚଳରେ। ଘଟଣା ସମୟର ଦୃଶ୍ୟର ଭିଡିସ ଏବେ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଛି। ପୁଲିସ ଏ ସମ୍ପର୍କରେ ଅବଗତ ହେବା ପରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁସାରେ, ବଡ଼ସହରା ଅଞ୍ଚଳରେ ଜଣେ ଯୁବକଙ୍କୁ ଜଣେ ମହିଳାଙ୍କ ସମେତ ୩/୪ ଜଣ ବ୍ୟକ୍ତି ଅମାନୁଷିକ ଭାବେ ମାଡ଼ ମାରୁଛନ୍ତି। ଯୁବକଙ୍କ ହାତ ଏବଂ ଗୋଡ଼କୁ ଗଛରେ ବାନ୍ଧି ତାଙ୍କୁ କାଠ ଫାଳିଆରେ ପିଟୁଛନ୍ତି। ଏଭଳି ବର୍ବରତା କରିଥିବା ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଗତ ଶୁକ୍ରବାର ଅପରାହ୍ନରେ ଏହି ଘଟଣା ଘଟିଛି। ପୁଲିସ ଭିଡିଓଟିରୁ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ହେଲେ ଗିରଫ କରିପାରି ନାହିଁ। କ’ଣ ପାଇ ଯୁବକଙ୍କୁ ଏଭଳି ମାଡ଼ ମରାଯାଇଛି ତାହା ଜଣାପଡ଼ି ନାହିଁ। ତେବେ ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ