ବର୍ଷକୁ ପୂରଣ ହେବ ପ୍ରାୟ ୧୫ ହଜାର ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ୱର, 21/08: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ପରାମର୍ଶ ଦେବା ସହିତ ଅନେକ ନୂତନ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।
ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ନୂତନ ଶିକ୍ଷାନୀତି ଅନୁଯାୟୀ ଅଧିକ ଶିକ୍ଷକଙ୍କର ଆବଶ୍ୟକତା ରହିଛି । ରାଜ୍ୟରେ ବର୍ତ୍ତମାନ ୪୫, ୨୯୨ ଟି ପ୍ରାଥମିକ ବିଦ୍ୟାଳୟରେ ୧, ୬୦, ୩୧୯ ଟି ଶିକ୍ଷକ ପଦବୀ ରହିଛି । ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯, ୩୬୬ ଟି ପଦବୀ ସୃଷ୍ଟି କରାଯିବ । ଏହା ସହିତ ଡିସେମ୍ବର ୨୦୨୫ ସୁଦ୍ଧା ୫,୦୬୭ ଟି ଶିକ୍ଷକ ପଦବୀ ମଧ୍ୟ ଖାଲି ହେବ । ତେଣୁ ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷ ମଧ୍ୟରେ ୪୪, ୪୩୩ ଟି ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବର୍ଷକୁ ପ୍ରାୟ ୧୫ ହଜାର ପଦବୀ ପୂରଣ କରାଯିବ ।
ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡର ଆବଶ୍ୟକତା ରହିଛି ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା । ଏହି ଅନୁଯାୟୀ ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (BSE, CHSE) କୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ସେହିପରି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯାଉଥିବା ବେଳେ ନବମ ଓ ଦଶମ ଶ୍ରେଣୀରେ କେବଳ ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କୁ ପାଠ୍ୟପୁସ୍ତକ ଦିଆଯାଉଛି । ନବମ ଓ ଦଶମ ଶ୍ରେଣୀର ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦେବାପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଆବଶ୍ୟକତା ସହିତ ସ୍ୱାସ୍ଥ୍ୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ପାଇଁ ANM ନିଯୁକ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ପ୍ରତ୍ୟେକ ୩୦୦ ପିଲାଙ୍କ ପାଇଁ ଜଣେ ANM ବା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ କରିବା ପାଇଁ ନିଷ୍ପତ୍ତି କରାଯାଇଛି ।
ସେହିପରି ନୂତନ ବେସରକାରୀ ବିଦ୍ୟାଳୟ ଅନୁମୋଦନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଅନଲାଇନ ପ୍ରକ୍ରିୟାରେ କରିବା ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । ସେହିପରି ଆଦିବାସୀ ପିଲାମାନଙ୍କୁ ମାତୃଭାଷାରେ ଶିକ୍ଷା ଦେବା ଉପରେ ଗୁରୁତ୍ୱାରୋପ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ପିଲାମାନଙ୍କ ସହିତ ଭାଷାଗତ ଯୋଗାଯୋଗରେ ସୁବିଧା ହେବ ଏବଂ ଶିକ୍ଷାର ମାନ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ସହିତ SCSTRTI ସହଯୋଗରେ କୋରାପୁଟରେ ଏକ ବହୁଭାଷୀ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ । ସେହିପର ଭିନ୍ନକ୍ଷମ ପିଲାଙ୍କ ଶିକ୍ଷା ପାଇଁ ନିୟମିତ ଶିକ୍ଷକ ମାନଙ୍କୁ ଯେଉଁମାନେ ବିଇଡି କରିଥିବେ, ସେମାନଙ୍କୁ ବିଭିନ୍ନ କ୍ଲଷ୍ଟରରେ ରିସୋର୍ସ ପର୍ସନ ଭାବରେ ନିଯୁକ୍ତି ଦିଆଯିବ । NCERT ଢାଞ୍ଚାରେ SCERT କୁ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା । Director of Textbook Publication and Marketing ସଂସ୍ଥାର ସୃଦୃଢୀକରଣ କରାଯିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି । ଏହି ବୈଠକରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ସଞ୍ଜୀବ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ଓସେପାର ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading
    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି