ବର୍ଷା : ଏସବୁ ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ

ଭୁବନେଶ୍ୱର:ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ୟ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆକଳନ ଅନୁଯାୟୀ ଜୁଲାଇ ୨ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜୁନ୍‌ ୩୦ ପର୍ୟ୍ୟନ୍ତ ବିଭିନ୍ନ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କ କରାଯାଇଛି। ଶନିବାର ୧୦ ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଝଡ଼ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ରହିବ। ବାକି ସମସ୍ତ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ରବିବାର ସମସ୍ତ ଜିଲାରେ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ବର୍ଷା ପାଇଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ଗୁଳୁଗୁଳି ଜାରି ରହିଛି।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ