ବର୍ଷା ବିତ୍ପାତ, ଆଜି ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ଜାରି ରହିଛି । ଜୁଲାଇ 10 ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ବିଶେଷ କରି ଆଜି ପଶ୍ଚିମ ଓଡ଼ିଶାରେ ଭାରି ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏନେଇ ପଶ୍ଚିମ ଓଡ଼ିଶାର 3 ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ 6 ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ସେହି ଅଞ୍ଚଳରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବରେ ଅବସ୍ଥିତ ଅଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ 9.4 କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ଢ଼ଳି ରହିଛି । ଆଗାମୀ 2ରୁ 3 ଦିନ ମଧ୍ୟରେ ଏହା ଉତ୍ତର ଓଡ଼ିଶା ଏବଂ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ଆଜି (ରବିବାର) ପଶ୍ଚିମ ଓଡ଼ିଶାରେ ଭୀଷଣ ବର୍ଷା ହେବ । ଏଥିପାଇଁ 3 ଜିଲ୍ଲା ସମ୍ବଲପୁର, ବରଗଡ଼ ଓ ନୂଆପଡ଼ାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ 6 ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଆସନ୍ତାକାଲି (ସୋମବାର) ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହପରି 7 ତାରିଖରେ ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ