ବର୍ଷା; ମୟୁରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ବର: ମୟୁରଭଞ୍ଜ ଜିଲ୍ଲାକୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ ରହିବ। ଏ ନେଇ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି। ଏହା ବ୍ୟତୀତ, ବିଭିନ୍ନ ସ୍କୁଲ ସହିତ ସଂଲଗ୍ନ ଛାତ୍ରାବାସର ଅନ୍ତେବାସୀମାନଙ୍କୁ ଆଜବେଷ୍ଟସ୍ କିମ୍ବା କଚ୍ଚା କୋଠା ବଦଳରେ କଂକ୍ରିଟ୍ କୋଠାକୁ ସ୍ଥାନାନ୍ତର କରିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ବିଇଓମାନଙ୍କୁ ପରାମର୍ଶ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ ଯେପରି କୌଣସି ପ୍ରକାରେ କ୍ଷୟକ୍ଷତି ହୋଇଥିବା ଶ୍ରେଣୀ କୋଠା ବ୍ୟବହାର ନକରନ୍ତି ତାହା ମଧ୍ୟ ବିଇଓମାନେ ନିଶ୍ଚିତ କରିବାକୁ ଜିଲ୍ଲାପଳ ନିର୍ଦ୍ଦେଶ ଜାରି କରିଛନ୍ତି।

ଖବର ଅନୁଯାୟୀ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଅବପାତ। ଏହାରି ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏମିତି କି ଏହି ସମୟରେ ରାଜ୍ୟର କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର କହିଛି। ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ଓ ସ୍ଥାନେ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍‌ ଆଲର୍ଟ ଜାରି ହୋଇଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ