ବର୍ଷା:ବୁଢ଼ାବଳଙ୍ଗରେ ବଢୁଛି ପାଣି

ମୟୂରଭଞ୍ଜ,: ବାତ୍ୟା ‘ଦାନା’ ପ୍ରଭାବରେ ବର୍ଷା ଲାଗି ରହିଛି । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ାରେ ଲାଗି ରହିଛି ବର୍ଷା । ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଉଛି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ଏଭଳି ସ୍ଥିତି ଉପୁଜିଛି ।
ବୁଢ଼ାବଳଙ୍ଗରେ ବଢୁଛି ପାଣି । ଉପର ମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ବଢି ବଢି ଚାଲିଛି ବୁଢାବଳଙ୍ଗର ଜଳସ୍ତର । ଯେକୌଣସି ମୁହୂର୍ତ୍ତରେ ବିପଦ ସଙ୍କେତ ଲଙ୍ଘିପରେ ବୁଢ଼ାବଳଙ୍ଗ । ଶିମିଳିପାଳର ଆଭ୍ୟନ୍ତରିଣ ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ବରେହିପାଣିରେ ସର୍ବାଧିକ ୧୭୪.୪୮୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଫଳରେ ବୁଢାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।

ଏହି କାରଣରୁ ବର୍ତ୍ତମାନ ବାରିପଦା ସହରର ମଧୁବନ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ବୁଢ଼ାବଳଙ୍ଗର ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିବାବେଳେ ନଦୀ କୂଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ବାରିପଦା ମ୍ୟୁନିସିପାଲିଟିର ୭,୮ ଓ ୯ ନମ୍ବର ୱାର୍ଡରେ ବସବାସ କରୁଥିବା କିଛି ଲୋକଙ୍କ ଘରେ ବନ୍ୟାଜଳ ପଶିଛି । ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Related Posts

ଶୋଇଥିବା ବେଳେ ହାତୀ ଆକ୍ରମଣ, ୪ ଗୁରୁତର

ବଲାଙ୍ଗୀର :ରାତିରେ ଶୋଇଥିବା ବେଳେ ହାତୀ ଆକ୍ରମଣ। ଗୋଟିଏ ପରିବାରର ୪ ଗୁରୁତର। ବଲାଙ୍ଗୀର ଜିଲ୍ଲା ମୁରିବାହଲ ଥାନା ସରଗୁଲ ଗାଁରେ ହାତୀ ଆତଙ୍କ। ରାତିରେ ଶୋଇଥିବା ବେଳେ ଗାଁରେ ପଶିଥିଲେ ୧୫ ଟିକିଆ ହାତୀ ପଲ। ଆକ୍ରମଣରେ ଗାଁର ଲିଙ୍ଗରାଜ…

Continue reading
ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ