ବଲାଙ୍ଗୀରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ପ୍ରକାଶ ପାଇଛି ନୂଆଁଖାଇ ଲଗ୍ନ । ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସକାଳ ୯ଟା ୩୬ ମିନିଟରୁ ୧୦ଟା ୧୦ ମିନିଟ ଯାଏଁ ରହିଛି ଅମୃତ ବେଳା । ଆସନ୍ତା ଭାଦ୍ରବ ଶୁକ୍ଳ ପଞ୍ଚମୀ ତିଥି ସେପ୍ଟେମ୍ବର ୧୫ ତାରିଖ ମଙ୍ଗଳବାର ସକାଳ ୯ଟା ୩୬ ମିନିଟରୁ ଦିନ ୧୦ଟା ୧୦ ମିନିଟରେ ମଧ୍ୟରେ ମାଆ ପାଟଣେଶ୍ୱରୀ,ମାଆ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିହେବ । ପରେ ବଲାଙ୍ଗୀର ଜିଲ୍ଲାର ଲୋକେ ନୂଆ ଖାଇବେ ବୋଲି ରାଜ ପୁରୋହିତ ସନ୍ତୋଷ କୁମାର ଦାସ ସୂଚନା ଦେଇଛନ୍ତି । ଏନେଇ ଶୈଳଶ୍ରୀ ପ୍ୟାଲେସରେ ଜ୍ୟୋତିର୍ବିଦ ଓ ପଣ୍ଡିତ ମହାସଭାର ସଦସ୍ୟଙ୍କୁ ନେଇ ଲଗ୍ନ ସ୍ଥିର କରାଯାଇଛି ।
କହି ରଖୁଛୁ କି, ନୂଆଁଖାଇ ଏକ ଗଣପର୍ବ । ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ଯଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ । ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା ।

  • Related Posts

    ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପରିବର୍ତ୍ତନ ଉଦ୍ୟମ ନେଇ ସାମ୍ବାଦିକ ସଂଘର ବିରୋଧ

    ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’ ରହିଛି । ହେଲେ ଏବେ ରାଜ୍ୟ ସରକାର ଏଥିରେ ପରିବର୍ତ୍ତନ କରିବାକୁ ମସୁଧା କରୁଛନ୍ତି । ସାମ୍ବାଦିକଙ୍କ ପାଇଁ ଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…

    Continue reading
    ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

    ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ