ପିପିଲି : ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଓ ଅଭିଯୁକ୍ତକୁ ଗିରଫ ଦାବିରେ ବିଜୁ ଜନତା ଦଳ ପକ୍ଷରୁ ଆଜି ୬ ଘଣ୍ଟିଆ ପୁରୀ ଜିଲା ବନ୍ଦ ଡାକରା ଦିଆଯାଇଛି। ପିପିଲି ର ପୂର୍ବତନ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ଙ୍କ ନେତୃତ୍ୱରେ ବିଜେଡି କର୍ମୀ ଓ ସମର୍ଥକମାନେ ଭୁବନେଶ୍ୱର -ପୁରୀ ଜାତୀୟ ରାଜପଥର ଉତ୍ତରା ବଜାର, ପିପିଲି ଟୋଲ ପ୍ଲାଜା ଛକ, ମଙ୍ଗଳପୁର ବଜାର, ସାତଶଂଖ ବଜାର ସମେତ ପିପିଲି ପୌରାଞ୍ଚଳ ର ହାଟଛକ ଠାରେ ସକାଳ ୬ ଟାରୁ ରାସ୍ତା ଉପରେ ଟାୟାର ଜାଳି ଅବରୋଧ କରିବା ସହ ହରତାଳ କରୁଛନ୍ତି । ପିପିଲି ପୌରାଧକ୍ଷ ସେକ ବାବୁ, ଜିଲା ପରିଷଦ ସଭ୍ୟ ଧରଣୀଧର ସାହୁ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦେବାଶିଷ ନନ୍ଦ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଉଛନ୍ତି । ଏହାର ପ୍ରଭାବରେ ଅଞ୍ଚଳର ଦୋକାନ ବଜାର ବନ୍ଦ ରହିଛି ।
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼
ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…







