ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ

ଭୁବନେଶ୍ୱର: ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ବାୟାବର ଗାଁ କବରସ୍ତାନରେ ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ପୀଡିତାଙ୍କ ଘରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ସହ ବିଦାୟ ଦେଇଥିଲେ । ଅମର ଆତ୍ମାର ସଦଗତି ପାଇଁ କାମନା କରିଥିଲେ । ଗାଁରେ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଗତ ଦୁଇ ସପ୍ତାହ ଦୁଇ ସପ୍ତାହର ସଂଘର୍ଷ ପରେ ଜୀବନ ଯୁଦ୍ଧରେ ପୁରୀ ଜିଲା ବଳଙ୍ଗା ପୀଡ଼ିତା ହାରି ଯାଇଛନ୍ତି। ରବିବାର ଦିଲ୍ଲୀ ଏମ୍‌ସରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇ ପାର୍ଥିବ ଶରୀର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଦିଲ୍ଲୀରୁ ରବିବାର ରାତିରେ ଭୁବନେଶ୍ବର ବିମାନବନ୍ଦରରେ ମରଶରୀର ପହଞ୍ଚିିବା ପରେ ବିଏମ୍‌ସିର ମହାପ୍ରୟାଣ ଗାଡ଼ିରେ ମରଶରୀରକୁ କଡ଼ା ସୁରକ୍ଷା ବଳୟରେ ତାଙ୍କ ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ବାୟାବରର ନୂଆଗୋପାଳପୁର ଗାଁକୁ ନିଆଯାଇଥିଲା। ସୋମବାର ସକାଳେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ରୀତିନୀତି ଅନୁଯାୟୀ ନାବାଳିକାଙ୍କୁ କବର ଦିଆଯାଇଛି ।

  • Related Posts

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର: ବଳାଙ୍ଗା ପୀଡ଼ିତାଙ୍କ ମୃତୁ୍ୟକୁ ନେଇ ଇସ୍ତଫା ପ୍ରସଙ୍ଗରେ ବିରୋଧୀଙ୍କ ଦାବି ପ୍ରସଙ୍ଗରେ ସୋମବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତେବେ ମୁଁ…

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଆଜି କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଫ୍ଲାଗ ଅଫ କରି ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ୟୁ ଏନ ମାଇଗ୍ରେସନ, ଏଇଡ଼ ଏଟ ଆକ୍ସନ ଓ ମାଇଗ୍ରେସନ ମଲ୍ଟି ପାର୍ଟନର ଟ୍ରଷ୍ଟ ଫଣ୍ଡର…

    Leave a Reply

    Your email address will not be published. Required fields are marked *

    You Missed

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ୭ରେ ପୁରୀ ବିଜେଡିର ହରତାଳ

    ୭ରେ ପୁରୀ ବିଜେଡିର ହରତାଳ

    ବିଦ୍ୟୁତ ସଂସ୍ପର୍ଶରେ ଆସି ୫ କାଉଡ଼ିଆ ମୃତ

    ବିଦ୍ୟୁତ ସଂସ୍ପର୍ଶରେ ଆସି ୫ କାଉଡ଼ିଆ  ମୃତ

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ୩୭ ଔଷଧ ଦାମ୍‌ ୧୫% କମିଲା

    ୩୭ ଔଷଧ ଦାମ୍‌ ୧୫% କମିଲା