ବସ-ଟ୍ରକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୧୫ ଆହତ

ବ୍ରହ୍ମପୁର : ଗଞ୍ଜାମ କୋଦଳା ଥାନା ନିକଟସ୍ଥ ବାଲିଢାବା ସମ୍ମୁଖରେ ଶନିବାର ଏକ ଯାତ୍ରୀବାହୀ ବସ୍-ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କୁ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଆହତଙ୍କ ମଧ୍ୟରୁ ଜଣେ ନାବାଳକ ଅବସ୍ଥା ସଂକଟାପନ୍ନ ରହିଛି।
ପୋଲସରାରୁ ପୁରୀ ଅଭିମୁଖେ ଯାଉଥିବା ଦୁର୍ଗା ମାଧବ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ସହ କଟକରୁ କୋଦଳା ଅଭିମୁଖେ ଆସୁଥିବା ଏକ ମୃଦୁ ପାନୀୟଜଳ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବସରେ ବସିଥିବା ଯାତ୍ରୀ ମାନେ ଆହତ ହୋଇଥିବା ବେଳେ ଟ୍ରକ ଡ୍ରାଇଭର ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ବସରେ ଥିବା ୧୫ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। ସେଥିମଧ୍ୟରୁ ପ୍ରମିତ କୁଣ୍ଡୁ ନାମକ ଜଣେ ୭ ବର୍ଷର ନାବାଳକ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବର ପାଇ କୋଦଳା ଥାନା ପୁଲିସ, ଅଗ୍ନିଶମ ବାହିନୀ କର୍ମଚାରୀମାନେ ଦୁର୍ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି। ଦୁର୍ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ଟ୍ରକ ଡ୍ରାଇଭରଙ୍କୁ ଖାମଖିଆଲି ଯୋଗୁଁଁ ଟ୍ରକଟି ବସକୁ ପିଟିଥିବା କୁହାଯାଉଛି। ସେପଟେ ଦୁର୍ଘଟଣା ପରେ ଆସିକା – ଭୁବନେଶ୍ବର ରାଜ୍ୟ ରାଜପଥ ଅବରୋଧ ହୋଇଛି। ଉଭୟ ଟ୍ରକ ଓ ବସ୍ କ୍ଷତିଗ୍ରସ୍ତ ହୋଇ ରାସ୍ତା ଉପରେ ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ