ବସ୍-ସ୍କର୍ପିଓ ମୁହାଁମୁହିଁ ଧକ୍କା, ୬ ମୃତ

ମୁମ୍ୱାଇ: ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲ୍ଲାରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି । ଚାମୋରଶୀ ରୋଡ୍‌ରେ ଏକ ଯାତ୍ରୀବାହୀ ବସ୍ ଏବଂ ସ୍କର୍ପିଓ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା । ଫଳରେ ଘଟଣାସ୍ଥଳରେ ହିଁ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ବିବାହ ସମାରୋହର ଖୁସି ମୃତ୍ୟୁର ଶୋକରେ ପରିଣତ ହୋଇଯାଇଛି । ସୂଚନା ଅନୁଯାୟୀ, ଗୋଟିଏ ସ୍କର୍ପିଓ ଗାଡ଼ିରେ ପ୍ରାୟ ୧୬ ଜଣ ଯାତ୍ରୀ ରାମପୁରରେ ଏକ ବିବାହ କାର୍ୟ୍ୟ ସାରି ଭଦଭିଡ଼ି ମୋକାସା ଅଭିମୁଖେ ଫେରୁଥିଲେ । ଗଡ଼ଚିରୋଲି-ଚାମୋରଶୀ ମାର୍ଗର ତଲୋଧି ଗାଁ ପାଖ ଏକ ବିପଜ୍ଜନକ ମୋଡ଼ରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ବସ୍ ସହିତ ଗାଡ଼ିଟିର ଭୟଙ୍କର ଧକ୍କା ହୋଇଥିଲା । ଧକ୍କା ଏତେ ଜୋରଦାର ଥିଲା ଯେ ସ୍କର୍ପିଓଟି ସମ୍ପୂର୍ଣ୍ଣ ଭାବେ ଚୂରମାର ହୋଇଯାଇଛି ।
ଦୁର୍ଘଟଣା ପରେ ରାସ୍ତା ଉପରେ ମୃତଦେହ ପଡ଼ିରହିଥିଲା । ବିକଟାଳ ଶବ୍ଦ ଶୁଣି ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ । ଗାଡ଼ି ଭିତରେ ଚାପି ହୋଇ ରହିଥିବା ଆହତମାନଙ୍କୁ ବହୁ କଷ୍ଟରେ ବାହାର କରାଯାଇଥିଲା । ସମସ୍ତ ଗୁରୁତରଙ୍କୁ ଗଡ଼ଚିରୋଲି ଜିଲ୍ଲା ସାଧାରଣ ହସ୍ପିଟାଲକୁ ନିଆଯାଇଛି । ଡାକ୍ତରଖାନା ନେବା ବାଟରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ବର୍ତ୍ତମାନ ମଧ୍ୟ କିଛି ଆହତଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଗୁଡ଼ିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଅତ୍ୟଧିକ ବେଗ ଏବଂ ବିପଜ୍ଜନକ ମୋଡ଼ ଯୋଗୁଁ ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇବା ଫଳରେ ଏହି ଦୁର୍ଘଟଣା ଘଟିଛି । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ