ବାଂଲାଦେଶରେ ଆଉ ଜଣେ ଇସ୍କନ ସଦସ୍ୟଙ୍କୁ ଗିରଫ

ବାଂଲାଦେଶର ଆଧ୍ୟାତ୍ମିକ ଗୁରୁ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କ ଗିରଫଦାରୀକୁ ନେଇ ଚାଲିଥିବା ହିଂସା ମଧ୍ୟରେ ଆଉ ଜଣେ ଇସ୍କନ ସଦସ୍ୟ ଗିରଫ। ଆଜି ବାଂଲାଦେଶ ପୁଲିସ ଆଉ ଜଣେ ଧର୍ମ ଗୁରୁ ଶ୍ୟାମ ଦାସ ପ୍ରଭୁଙ୍କୁ ଗିରଫ କରିଛି। ଚଟୋଗ୍ରାମରୁ ତାଙ୍କୁ ଗିରଫ କରାଯାଇଥିବା ବିଶେଷ ସୂତ୍ରରୁ ପ୍ରକାଶ ପାଇଛି। ସୂଚନା ଅନୁସାରେ, ଶ୍ୟାମ ଦାସ ନିୟମିତ ଭାବେ କୃଷ୍ଣ ଦାସଙ୍କୁ ଭେଟିବା ପାଇଁ ପୁଲିସ ଷ୍ଟେସନ ଯାଉଥିଲେ। ଏହାପରେ ସେ ଗିରଫ ହୋଇଛନ୍ତି। ବିନା କୌଣସି ସରକାରୀ ୱାରେଣ୍ଟରେ ତାଙ୍କୁ ଗିରଫ କରାଯାଇଛି।
ପ୍ରକାଶ ଥାଉକି, ନିକଟରେ ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କ ବିରୁଦ୍ଧରେ ଦେଶଦ୍ରୋହ ମାମଲା ରୁଜୁ କରାଯାଇଥିଲା। ସେ ବାଂଲାଦେଶର ପତାକାକୁ ଅବମାନନା କରିଥିବା ନେଇ ତାଙ୍କ ବିରୁଦ୍ଧରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ କ୍ରମେ ଗତ ସୋମବାର ପୁଲିସ ତାଙ୍କୁ ଗିରଫ କରିଥିଲା।

କୋର୍ଟ ତାଙ୍କ ବେଲ ଆବେଦନ ଖାରଜ କରିଦେବା ପରେ କୃଷ୍ଣ ଦାସଙ୍କୁ ଜେଲ୍ ପଠାଇ ଦିଆଯାଇଛି। ଏହାକୁ ନେଇ ରାଜଧାନୀ ଢାକା ଏବଂ ଚଟୋଗ୍ରାମ ସମେତ ବିଭିନ୍ନ ସ୍ଥାନରେ ହିନ୍ଦୁ ସମ୍ପ୍ରଦାୟର ସଦସ୍ୟ ବିରୋଧ ପ୍ରଦର୍ଶନ କରିଥିଲେ। ବିକ୍ଷୋଭ ବେଳେ ପୁଲିସ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଓକିଲଙ୍କର ମୃତ୍ୟୁ ଘଟିଥିଲା।

ଏହାକୁ ନେଇ ପରିସ୍ଥିତି ଆହୁରି ଭୟଙ୍କର ହୋଇଯାଇଛି। ଏହି ମାମଲାରେ ପୁଲିସ ୯ ଜଣଙ୍କୁ ଗିରଫ କରିଛି, ଯେଉଁମାନଙ୍କ ମଧ୍ୟରେ ସର୍ବାଧିକ ହିନ୍ଦୁ ଅଛନ୍ତି।

  • Related Posts

    ଆଶାରାମ ବାପୁଙ୍କୁ ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

    ନୂଆଦିଲ୍ଲୀ: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା…

    Continue reading
    ଘର ଭୁଶୁଡ଼ି ଗୋଟିଏ ପରିବାରର ୬ ମୃତ

    ପ୍ରତାପଗଡ: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲ୍ଲାର ମହୁଲି ବଜାର ଅଞ୍ଚଳରେ ଗୁରୁବାର ଭୋର ସମୟରେ ପ୍ରବଳ ବର୍ଷା ଯୋଗୁଁ ଏକ ପୁରୁଣା କୋଠା ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇଜଣ କୋମଳମତି ଶିଶୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ