ବାଘ ପଶି ବାଛୁରୀକୁ ଟାଣି ନେଇଗଲା ବାଘ

ରାତି ହେଲେ ଗାଁକୁ ଆସୁଛି ବାଘ। ଗାଁରେ ବଲୁଛି। ଗୁହାଳରେ ପଶି ବାଛୁରୀ ନେଇଯାଉଛି! ଏପରି ଅଭିଯୋଗ ମୟୂରଭଞ୍ଜ ଜିଲ୍ଲା ଉଦଳା ବନା ଅଞ୍ଚଳରୁ ଆସିଛି। ଏହି ଖବର ପ୍ରକାଶ ପ୍ରକାଶ ପାଇବା ପରେ ଗାଁ ଲୋକଙ୍କ ଭିତରେ ଭୟର ବାତାବରଣ ଖେଳି ଯାଇଛି।
ଉଦଳା ବନାଞ୍ଚଳ ଚଡଦା ଗାଁର ଶଙ୍କର ମାରାଣ୍ଡି ମଙ୍ଗଳବାର ରାତିରେ ନିଜ ଗୁହାଳରେ ବାଛୁରୀ ବାନ୍ଧି ଥିଲେ। କିନ୍ତୁ ଆଜି ସକାଳେ ଗୁହାଳରେ ବାଛୁରୀକୁ ପାଇନଥିଲେ। ବହୁ ଖୋଜା ଖୋଜି ପରେ ବିଲ ମଝିରେ ବାଛୁରୀର କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ବାଛୁରୀ ମୃତଦେହ ପଡ଼ିଥିବା କିଆରିରେ ବାଘର ପାଦ ଚିହ୍ନ ପଡ଼ିଥିବା ଗାଁ ଲୋକେ ଦେଖିବାକୁ ପାଇଥିଲେ। ତେଣୁ ରାତିରେ ବାଘ ବାଛୁରୀକୁ ଝାମ୍ପି ନେଇଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି।
ବାଛୁରୀକୁ ବାଘ ଶିକାର କରିଥିବା ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଖବର ପାଇ ବନ ବିଭାଗ ଗାଁରେ ପହଞ୍ଚିଛି। ସ୍ଥିତି ଉପରେ ତୀକ୍ଷିଣ ନଜର ରଖିଛି। ସେପଟେ ସୁରକ୍ଷା ଦୃଷ୍ଟିରୁ ଗାଁ ଲୋକେ ସଞ୍ଜ ନଇଁଲେ ଘରୁ ବାହାରିବାକୁ ସୁରକ୍ଷିତ ମଣୁନାହାନ୍ତି।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ