ବାଘ ପଶି ବାଛୁରୀକୁ ଟାଣି ନେଇଗଲା ବାଘ

ରାତି ହେଲେ ଗାଁକୁ ଆସୁଛି ବାଘ। ଗାଁରେ ବଲୁଛି। ଗୁହାଳରେ ପଶି ବାଛୁରୀ ନେଇଯାଉଛି! ଏପରି ଅଭିଯୋଗ ମୟୂରଭଞ୍ଜ ଜିଲ୍ଲା ଉଦଳା ବନା ଅଞ୍ଚଳରୁ ଆସିଛି। ଏହି ଖବର ପ୍ରକାଶ ପ୍ରକାଶ ପାଇବା ପରେ ଗାଁ ଲୋକଙ୍କ ଭିତରେ ଭୟର ବାତାବରଣ ଖେଳି ଯାଇଛି।
ଉଦଳା ବନାଞ୍ଚଳ ଚଡଦା ଗାଁର ଶଙ୍କର ମାରାଣ୍ଡି ମଙ୍ଗଳବାର ରାତିରେ ନିଜ ଗୁହାଳରେ ବାଛୁରୀ ବାନ୍ଧି ଥିଲେ। କିନ୍ତୁ ଆଜି ସକାଳେ ଗୁହାଳରେ ବାଛୁରୀକୁ ପାଇନଥିଲେ। ବହୁ ଖୋଜା ଖୋଜି ପରେ ବିଲ ମଝିରେ ବାଛୁରୀର କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ବାଛୁରୀ ମୃତଦେହ ପଡ଼ିଥିବା କିଆରିରେ ବାଘର ପାଦ ଚିହ୍ନ ପଡ଼ିଥିବା ଗାଁ ଲୋକେ ଦେଖିବାକୁ ପାଇଥିଲେ। ତେଣୁ ରାତିରେ ବାଘ ବାଛୁରୀକୁ ଝାମ୍ପି ନେଇଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି।
ବାଛୁରୀକୁ ବାଘ ଶିକାର କରିଥିବା ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଖବର ପାଇ ବନ ବିଭାଗ ଗାଁରେ ପହଞ୍ଚିଛି। ସ୍ଥିତି ଉପରେ ତୀକ୍ଷିଣ ନଜର ରଖିଛି। ସେପଟେ ସୁରକ୍ଷା ଦୃଷ୍ଟିରୁ ଗାଁ ଲୋକେ ସଞ୍ଜ ନଇଁଲେ ଘରୁ ବାହାରିବାକୁ ସୁରକ୍ଷିତ ମଣୁନାହାନ୍ତି।

Related Posts

ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ,…

କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

Leave a Reply

Your email address will not be published. Required fields are marked *

You Missed

ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ