ବାଣ ଧୂଆଁରେ ଅଣନିଃଶ୍ବାସୀ ରାଜଧାନୀ ବାସିନ୍ଦା

ଭୁବନେଶ୍ବର: ଦୀପାବଳିରେ ବେପରୁଆ ଫୁଟିଲା ବାଣ, ଅଣାୟତ ହେଲା ରାଜଧାନୀର ପ୍ରଦୂଷଣ । ବାଣ ଧୂଆଁରେ ଅଣନିଃଶ୍ବାସୀ ରାଜଧାନୀ ବାସିନ୍ଦା । ଏଥର ଦୁଇଦିନ ଦୀପାବଳି ପାଳନ ହୋଇଥିବାବେଳେ ଭୁବନେଶ୍ବରରେ ଲଗାତାର ଦୁଇଦିନ ଲୋକେ ମାତ୍ରାଧିକ ବାଣ ଫୁଟାଇଛନ୍ତି । ଅତ୍ୟଧିକ ବାଣ ଫୁଟା ଯୋଗୁ ଭୁବନେଶ୍ବରରେ ଏୟାର କ୍ବାଲିଟି ଖରାପ ହୋଇଛି । ଗତକାଲି ସନ୍ଧ୍ୟାରୁ ଧୂଆଁମୟ ହୋଇଯାଇଥିଲା । ୧୦ ମିଟର ଆଗକୁ ଦେଖିବା ବି ସହଜ ହେଉନଥିଲା । ଦୀପାବଳି ବାଣଫୁଟା ଯୋଗୁ ଗତକାଲି ଭୁବନେଶ୍ବରର ଏୟାର କ୍ୱାଲିଟି ଇଣ୍ଡେକ୍ସ  ୧୪୨ ଛୁଇଁଛି । ଏହି ସମୟରେ ତାଳଚେରର ହାରାହାରି ପ୍ରଦୂଷଣ ମାତ୍ରା ୨୩୫ ଥିବାବେଳେ ବାଲେଶ୍ୱରର ଏକ୍ୟୁଆଇ ୧୧୧, ରାଉରକେଲାରେ ୧୭୦ ଓ କଟକର ଏକ୍ୟୁଆଇ ୧୧୦ ରହିଛି । ଗୋଟିଏ ସମୟରେ ମାତ୍ରାଧିକ ବାଣ ଫୁଟା ଯୋଗୁ ପ୍ରଦୂଷଣ ମାତ୍ରା ବଢିଯାଇଛି । ବାଣରୁ ନିର୍ଗତ ଧୂଆଁ ଓ ଶିଳ୍ପ ବର୍ୟ୍ୟବସ୍ତୁ ବାୟୁମଣ୍ଡଳକୁ ପ୍ରବେଶ କରୁଛି । ଯେଉଁଥିରେ ଅଙ୍ଗାରକାମ୍ଳ, ଗନ୍ଧକ, ଯବକ୍ଷାରଜାନ ଓ ମିଥେନ ପରି ବିଷାକ୍ତ ଗ୍ୟାସ୍ ରହିଛି । ଯାହା ସବୁଜ ଗୃହ ବାଷ୍ପକୁ ପ୍ରୋତ୍ସାହିତ କରିଚାଲିଛି । ଏଥିରେ ବାଣ ଫୁଟା ପରେ ବାୟୁମଣ୍ଡଳରେ ସବୁଜ ଗୃହ ବାଷ୍ପ ଆହୁରି ବଢିଯାଏ । ଏଭଳି ବାୟୁ ପ୍ରଦୂଷଣକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ପରିବେଶବିତ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ