ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ।

କ୍ୟାମ୍ପସ ଅଡିଟୋରିୟମ ଭିତରେ ଚେୟାର ଫିଙ୍ଗାଫୋପଡ଼ାକୁ ନେଇ ଉତ୍ତେଜନା ବୃଦ୍ଧି ପାଇବା ସହ ବିଭିନ୍ନ ଛାତ୍ର ସଂଗଠନ ପକ୍ଷରୁ ଜୋରଦାର ନାରାବାଜି ଓ ଛକାପଞ୍ଝା ଦେଖିବାକୁ ମିଳିଛି। ଅଣଛାତ୍ରମାନଙ୍କୁ କ୍ୟାମ୍ପସରୁ ବାହାର କରିବା ପାଇଁ ପୋଲିସକୁ ବେଶ୍ ନାକେଦମ ହେବାକୁ ପଡ଼ିଛି।

ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ କମିଶନର୍ ଅଫ୍ ପୋଲିସ୍ (ସିପି) ଏବଂ ଡିସିପି ସ୍ଥାନରେ ପହଞ୍ଚି ଅଣଛାତ୍ରମାନଙ୍କୁ ତୁରନ୍ତ କ୍ୟାମ୍ପସ ଛାଡ଼ି ଚାଲିଯିବାକୁ କଡ଼ା ଅପିଲ୍ କରିଛନ୍ତି। ଏଥିସହ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସମସ୍ତ ପ୍ରାର୍ଥୀଙ୍କ ସହଯୋଗ ଲୋଡ଼ିଛନ୍ତି। ଅଣଛାତ୍ରମାନେ କ୍ୟାମ୍ପସରୁ ବାହାରିବା ମାତ୍ରେ ହିଁ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

  • Related Posts

    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading
    ପେଟାପଙ୍ଗା ପଞ୍ଚାୟତରେ ଜନଶୁଣାଣୀ ଶିବିର

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପଙ୍ଗା ଗ୍ରାମ ପଞ୍ଚାୟତରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ମୋଟ ୧୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ