ବାତ୍ୟା: ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ

ଭୁବନେଶ୍ୱର:ଆନ୍ଧ୍ର ମୁହାଁ ହେଉଥିବା ବାତ୍ୟା ‘ମୋନ୍ଥା’ ପାଇଁ ଓଡ଼ିଶା ସରକାର ପୂରା ତପôର । ଯଦିଓ ବାତ୍ୟା ଆନ୍ଧ ମୁହାଁ ହୋଇଛି ତେବେ ଏହାର ପ୍ରଭାବରେ ଓଡ଼ିଶାର ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱର ପରେ ଗଞ୍ଜାମରେ ବି ସରକାରୀ କର୍ମଚାରୀଙ୍କଛୁଟି ବାତିଲ କରାଯାଇଛି । ୨୫ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି । ମୁଖ୍ୟାଳୟ ଛାଡ଼ି କେହି ନଯିବାକୁ ଜିଲ୍ଲାପାଳ ନିଦେ୍ର୍ଧଶ ଦେଇଛନ୍ତି ।
ବାଲେଶ୍ୱର ଜିଲ୍ଲାରେ ବି ଛୁଟି ବାତିଲ କରାଯାଇଛି । ସରକାରୀ କର୍ମଚାରୀଙ୍କ ଛୁଟିକୁ ବାତିଲ କରିଛନ୍ତି ଜିଲ୍ଲାପାଳ । ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି । ଏହାଛଡ଼ା ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ ଯୋଗଦେବାକୁ ଜିଲ୍ଲାପାଳ ନିଦେ୍ର୍ଧଶ ଦେଇଛନ୍ତି ।
ଅନ୍ୟପକ୍ଷରେ ବାତ୍ୟା ‘ମୋନ୍ଥା’ ନେଇ ଶନିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକ ପରେ ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ ପ୍ରାୟ ୧୫ଟି ଜିଲ୍ଲା ବାତ୍ୟା ଦ୍ୱାରା ପ୍ରଭାବିତ ହେବାର ଆଶଙ୍କା ରହିଛି । ବିଶେଷ କରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡ଼ିପାରେ । ଦନି ବି ବାତ୍ୟା ଦିଗ ପରିବର୍ତ୍ତନ କରେ ତେବେ ବି ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଜଳ ସମ୍ପଦ, ପଞ୍ଚାୟତିରାଜ, କୃଷି ଓ ଶକ୍ତି ବିଭାଗକୁ ସଜାଗ କରିଛୁ । ଅତୀତର ଅନୁଭୂିତକୁ ଦେଖି ସବୁ ପଦକ୍ଷେପ ନେଇଛୁ । ଯଦି କେହି ପାଣିଘେରରେ ରୁହନ୍ତି ତେବେ ସେମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇବୁ । ଲୋକଙ୍କ ଜୀବନ ରକ୍ଷାକୁ ଆମେ ପ୍ରାଥମିକତା ଦେଉଛୁ । ୨୮ ଓ ୨୯ ଦୁଇ ଦିନ ଓଡ଼ିଶା ଉପରେ ପ୍ରଭାବ ରହିବ ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ