ବାଦ ପଡ଼ିଥିବା ୨୨ ପ୍ରତିଶତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଆସନ୍ତାକାଲି ତଥା ନଭେମ୍ବର ୨୪ ତାରିଖରେ ଆସିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା। ଏଥିପାଇଁ ଖୁସି ଅଛନ୍ତି ହିତାଧିକାରୀ। ଏହାର ମଧ୍ୟରେ ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ବାଦ ପଡ଼ିଥିବା ୨୨ ପ୍ରତିଶତ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମରେ କହିଛନ୍ତି। ବିଭିନ୍ନ କାରଣରୁ ସୁଭଦ୍ରାରୁ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କ ଆବେଦନ ଆଉ ଥରେ ଯାଞ୍ଚ ସରିଛି। ଏଥିପାଇଁ ବିଡିଓଙ୍କୁ ନୋଡାଲ ଏଜେନ୍ସି ଦାୟିତ୍ୱ ଦିଆଯାଇଥିଲା। ରିପୋର୍ଟ ଆସିବା ପରେ ୨୨ ପ୍ରତିଶତ ମହିଳାଙ୍କୁ କାଲି ଟଙ୍କା ଦେବାକୁ ନିଷ୍ପତ୍ତି ହୋଇଛି। ବାଦ୍ ପଡ଼ିଥିବା ବାକି ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ ପଡ଼ିଛନ୍ତି। ଆଉ ଥରେ ଏହାର ଯାଞ୍ଚ ହେବ। ସମାଧାନ ପରେ ସେମାନେ ଡିସେମ୍ବରରେ ପାଇବେ।

ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆକାଉଣ୍ଟ ଓ ଆଧାର ଲିଙ୍କରେ ସମସ୍ୟା ଥିବା ୫ ଲକ୍ଷ ମିସ କେସର ସମସ୍ୟାର ସମାଧାନ ହୋଇପାରି ନାହିଁ। ସେମାନେ ଆଧାର, ଆକାଉଣ୍ଟ ଓ ମୋବାଇଲ ନମ୍ବର ସଂଯୋଗ କରିବା ପରେ ଡିସେମ୍ବରରେ ଯୋଜନାରେ ସାମିଲ ହୋଇପାରିବେ। ସରକାରୀ ହିତାଧିକାରୀ ଘରକୁ ଘର ଯାଇ ସଚେତନ କରିବେ। ବାଦ ପଡ଼ିଥିବା ଆବେଦନକାରୀଙ୍କୁ ସାମିଲ କରିବା ଯାଏଁ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜାନରୁ ବଞ୍ଚିତ ହେବେନି। ସମସ୍ତ ହକଦାରଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ଗତ ସେପ୍ଟେମ୍ବର ୧୭ ତାରିଖରେ ଓ ଅକ୍ଟୋବର ୯ ତାରିଖରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ଯୋଜନାରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର ।

Related Posts

କବିସୂର୍ଯ୍ୟନଗର ଥାନାରେ ହାଜତ ମୃତ୍ୟୁ ଘଟଣା; OHRCଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର: କବିସୂର୍ଯ୍ୟନଗର ଥାନାରେ ହାଜତ ମୃତ୍ୟୁ ଘଟଣା ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ଭିନ୍ନକ୍ଷମ ଯୁବକ ସୁଶାନ୍ତ ସାହୁଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଦେବା ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ଆଜି ରାଜ୍ୟ…

Continue reading
ପୁରୀରେ କୁଖ୍ୟାତ ଅପରାଧୀ ଚନ୍ଦନକୁ ଏନକାଉଣ୍ଟର

ପୁରୀ : ସମ୍ବଲପୁର ଓ ବ୍ରହ୍ମପୁର ପରେ ଆକ୍ସନ ମୋଡରେ ପୁରୀ ପୁଲିସ। ପୁରୀର ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର ହୋଇଛି। ବାସେଳିସାହି ଥାନା ଓଁକାରେଶ୍ବର ନିକଟରେ ପୁରୀ ପୋଲିସ ଏନକାଉଣ୍ଟର କରିଛି। ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ବିଷ୍ଣୁ ଜେନା…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ