ବାଦ ପଡ଼ିଲେ ୮୪,୭୫୭ ହିତାଧିକାରୀ

ଭୁବନେଶ୍ୱର: ଇ-କେୱାସି ପରେ ରାଜ୍ୟରେ ବାଦପଡ଼ିଲେ ୮୪,୭୫୭ ଅଯୋଗ୍ୟ ହିତାଧିକାରୀ । ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଜେଡି ବିଧାୟକ ଅଶ୍ୱିନୀ ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ ପାତ୍ର ଏହି ସୂଚନା ଦେଇଛନ୍ତି ।
ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ଯେ ଏଯାବତ ମୋଟ ୨୨ ହଜାର ୨୯୩ ଅଯୋଗ୍ୟ ରାସନକାର୍ଡ ଚିହ୍ନଟ ହୋଇଛି । କଟକରୁ ସର୍ବାଧିକ ୨୫୫୪ଟି କାର୍ଡ କଟିଛି । ସେହିପରି ବାଲେଶ୍ୱରରେ ୧୪୩୬, ନୟାଗଡ଼ରେ ୧୬୧୮, ଖୋର୍ଦ୍ଧାରେ ୧୩୪୫ଟି କାର୍ଡ କଟିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

ନୂଆ ସରକାର ଆସିବା ପରେ ଯାଞ୍ଚ କରାଯାଇ ୨ ହଜାରରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କ ଚିହ୍ନଟ କରାଯିବା ସହ ସେମାନଙ୍କ କାର୍ଡକୁ ବାତିଲ କରାଯାଇଛି। ଅନ୍ୟପଟେ ହଜାର ହଜାର ପ୍ରକୃତ ଯୋଗ୍ୟ ହିତାଧିକାରୀ ରାସନକାର୍ଡ ଖଣ୍ଡେ ପାଇବାରୁ ବଞ୍ଚିତ ହୋଇଛନ୍ତି । ଏହି ସମସ୍ୟାରେ ସବୁଠୁ ଆଗରେ ଅଛି ଅନୁଗୁଳ ଜିଲ୍ଲା ଯେଉଁଠି ୩ ହଜାର ୯୭୨ ହିତାଧିକାରୀ ରାସନକାର୍ଡରୁ ବଞ୍ଚିତ ହୋଇ ରହିଛନ୍ତି । ଏହାପରେ ରହିଛି ବାଲେଶ୍ବର ଓ ବରଗଡ ଜିଲ୍ଲା ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ