ବାଦଲଫଟା ବର୍ଷା ଓ ଭୂସ୍ଖଳନରେ: 10 ମୃତ, ୫୦ ନିଖୋଜ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ 10 ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି ଧସିଯାଇଛି । ପ୍ରକୃତିର ଏହି ତାଣ୍ଡବରେ 10 ଜଣଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ସ୍ପଷ୍ଟ କରିଛି । ଏବେ ବି ଉଦ୍ଧାର କାର୍ୟ୍ୟ ଜାରି ରଖଛନ୍ତି ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ ।

ମଙ୍ଗଳବାର ଦ୍ବିପ୍ରହରେ ପ୍ରାୟ ୧ଟା ୪୫ ମିନିଟ ସମୟରେ ଏହି ଘଟଣା ଘଟିଥିଲା । ଘଟଣାର ଅନେକ ଫଟୋ ଓ ଭିଡିଓ ସାମ୍ନାକୁ ଆସୁଛି । ମାତ୍ର ୩୪ ସେକେଣ୍ଡରେ ସମ୍ପୂର୍ଣ୍ଣ ଗାଁ ପାଣିରେ ବହିଯାଇଛି । ବର୍ତ୍ତମାନ ସୁଦ୍ଧା ୫୦ରୁ ଅଧିକ ଲୋକ ନିଖୋଜ ଥିବା ଜଣାପଡିଛି । ଅନେକ ଲୋକ ମାଟି ତଳେ ଦବି ଥିବା ଅନୁମାନ କରାଯାଉଛି ।

  • Related Posts

    ପୁଣି ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ, ଜାଣନ୍ତୁ ଏହାର ଲକ୍ଷଣ ବିଷୟରେ

    ନୂଆଦିଲ୍ଲୀ : କରୋନା ଭାଇରସର ନୂଆ ଭାରିଆଣ୍ଟ ଖୁବ୍ ଜୋରର ବ୍ୟାପିବା ଆରମ୍ଭ କରିଛି। ଆମେରିକାରେ କୋଭିଡ୍-୧୯ର ନୂଆ ସବ୍ଭାରିଆଣ୍ଟ BA.3.2 ସାମ୍ନାକୁ ଆସିଛି, ଯାହାକୁ ସିକାଡା ( Cicada) ମଧ୍ୟ କୁହାଯାଉଛି। ରିପୋର୍ଟ ମୁତାବିକ , ସବ୍ ଭାରିଆଣ୍ଟ BA.3.2…

    Continue reading
    ଆଜିଠୁ ନୂଆ ଆୟକର ଆଇନ ଲାଗୁ

    ନୂଆଦିଲ୍ଲୀ: ନୂଆ ଆର୍ଥିକ ବର୍ଷ ସହ ଏପ୍ରିଲ ୧ରୁ ସାରା ଦେଶରେ କାର୍ଯ୍ୟକାରୀ ହେଉଛି ନୂଆ ଆୟକର ଆଇନ । ଏହା ୬ ଦଶନ୍ଧି ପୁରୁଣା ପ୍ରତ୍ୟକ୍ଷ ଟିକସ ଆଇନକୁ ବାଦ ଦେବ । ଅନୁପାଳନ ବ୍ୟବସ୍ଥା, ଶବ୍ଦ ଏବଂ ଟିକସ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ