ବାପାଙ୍କୁ ପିଟି ହତ୍ୟା

ପାଟଣା: ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ମଦ ନିଶାରେ ପୁଅ ଠେଙ୍ଗାରେ ପିଟି ବାପାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ପରେ ଅଭିଯୁକ୍ତ ପୁଅ ଥାନାରେ ଆତ୍ମସମର୍ପଣ କରିଛି।

ମୃତକ ହେଲେ ପୂର୍ଣ୍ଣଚନ୍ଦ୍ର ମୁଣ୍ଡା। ମଙ୍ଗଳବାର ବିଳମ୍ବିତ ରାତିରେ ପାରିବାରିକ କଳହକୁ ନେଇ ପୂର୍ଣ୍ଣଚନ୍ଦ୍ର ଓ ତାଙ୍କ ପୁଅ ଶ୍ରୀକାନ୍ତ ମୁଣ୍ଡାଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ମଦ ନିଶାରେ ଉତ୍ତ୍ୟକ୍ତ ହୋଇ ଶ୍ରୀକାନ୍ତ ଠେଙ୍ଗାରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି। ଏଥିରେ ଘଟଣାସ୍ଥଳରେ ହିଁ ପୂର୍ଣ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା।

ଘଟଣା ପରେ ଅଭିଯୁକ୍ତ ଶ୍ରୀକାନ୍ତ ତୁରୁମୁଙ୍ଗା ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଥିଲେ। ଖବର ପାଇ ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡର ପ୍ରକୃତ କାରଣ ଓ ଘଟଣାର ସମ୍ପୂର୍ଣ୍ଣ ପରିସ୍ଥିତି ନେଇ ପୋଲିସ ତଦନ୍ତ ଜାରି ରଖିଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ