ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ବାଲିଗୁଡ଼ା: କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ ରବିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଯନ୍ତ୍ରୀଙ୍କର ରହିଛି ଅମାପ ସମ୍ପତ୍ତି। ୫ଟି ବହୁତଳ ବିଲ୍ଡିଂ ସହ ୧୪ଟି ଦାମୀ ପ୍ଲଟ୍‌ ରହିଛି। ଏହି କୁବେର ଯନ୍ତ୍ରୀ ଜଣକ ଟଙ୍କା ଗଦିରେ ଶୋଉଥିଲେ। ତାଙ୍କ ଘରୁ ନଗଦ ୨ କୋଟି ଟଙ୍କା ସହ ୫୦୦ ଗ୍ରାମ ସୁନା ଜବତ କରିଛି ଭିଜିଲାନ୍ସ।

ସୂଚନାଯୋଗ୍ୟ, ଶନିବାର ସକାଳୁ ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଥିଲା। ଭୁବନେଶ୍ବରରେ ୪ଟି ସ୍ଥାନ ସମେତ ବାରିପଦା, ଯାଜପୁରର ଧର୍ମଶାଳା ଏବଂ ବାଲିଗୁଡା ସରକାରୀ ବାସ ଭବନରେ ମଧ୍ୟ ରେଡ କରାଯାଇଥିଲା। ଭୁବନେଶ୍ୱର ନୀଳାଦ୍ରି ବିହାରରେ ଚାରି ମହଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ତିନି ମହଲା ଘର, ପଟିଆ କାନନ ବିହାର ଫେଜ୍ -୧ରେ ଦୁଇ ମହଲା ଘର, ଏବଂ ଚନ୍ଦ୍ରଶେଖରପୁରରେ ଦୁଇ ମହଲା ବିଶିଷ୍ଟ ଘର ଠାବ କରାଯାଇଥିଲା। ଯାଜପୁର ଜିଲା ଧର୍ମଶାଳା କଲେଜ ନିକଟ ପାଣ୍ଡୁଆ ଗ୍ରାମରେ ପୈତୃକ ଜମି ଉପରେ ନିର୍ମିତ ଦୁଇ ମହଲା ଘର ଠାବ କରିଥିଲା ଭିଜିଲାନ୍ସ। ବାରିପଦା ସହରର ଦେଉଳ ସାହି, ୱାର୍ଡ ନଂ-୯ରେ ଥିବା ଜଣେ ସମ୍ପର୍କୀୟଙ୍କ ଘର, ଧର୍ମଶାଳାର ପାଣ୍ଡୁଆ ଗ୍ରାମରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘର, ବାଲିଗୁଡାସ୍ଥିତ ସ୍ୱତନ୍ତ୍ର ଅଧିକାରୀ, ଆଇଟିଡିଏ କାର୍ଯ୍ୟାଳୟରେ ଥିବା ବେହେରାଙ୍କ କାର୍ଯ୍ୟାଳୟ, ଆଇଟିଡିଏ କାର୍ଯ୍ୟାଳୟ ନିକଟ ବାଲିଗୁଡାରେ ଥିବା ତାଙ୍କ ସରକାରୀ ବାସଭବନରେ ରେଡ୍ କରିଥିଲା।

ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ, ଭୁବନେଶ୍ୱରଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସର ଏକ ବହୁସ୍ତରୀୟ ଟିମ୍ ତାଙ୍କ ସମ୍ପର୍କିତ ବିଭିନ୍ନ ସ୍ଥାନରେ ଏକାସଙ୍ଗରେ ଚଢ଼ାଉ କରିଥିଲା। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀ ସାମିଲ ଥିଲେ। ଚଢ଼ାଉ ସମୟରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ବ୍ୟାଙ୍କ ଜମା, ନିବେଶ ଏବଂ ଅନ୍ୟାନ୍ୟ ଆର୍ଥିକ ଦଲିଲର ଯାଞ୍ଚ କରାଯାଇଥିଲା। ସ୍ତ୍ରୀଙ୍କ ନାଁରେ ଥିବା ଆଉ ଏକ ଲକରକୁ ଏପର୍ଯ୍ୟନ୍ତ ଭିଜିଲାନ୍ସ ବିଭାଗ ଖୋଲିନାହିଁ। ଏହା ଖୋଲାଗଲେ ଜଣାପଡ଼ିବ ଯନ୍ତ୍ରୀବାବୁଙ୍କ ପାଖରେ ଆଉ କେତେ ଟଙ୍କାର ସମ୍ପତ୍ତି ରହିଛି।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ