ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳର ଛାତ୍ରୀ ମୃତ୍ୟୁ ମାମଲା ନେଇ ରାଜ୍ୟବ୍ୟାପି ଉତ୍ତେଜନାର ବାତାବରଣ ଦେଖାଯାଇଛି। ଏହି ଘଟଣାକୁ ପ୍ରସଙ୍ଗ କରି କଂଗ୍ରେସ ସଂସଦରେ ସ୍ବର ଉଠାଇବ। ଏଥି ପାଇଁ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବାଲେଶ୍ବର ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଜୁଲାଇ ୧୭ରେ ଓଡ଼ିଶା ବନ୍ଦ କରୁଥିବାବେଳେ ଆଗାମୀ ଦିନରେ ସଂସଦ ଘେରାଉ କରିବ। ଏହି ଘୋଷଣା ସହ ଅଳକା ଲାମ୍ବା ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ଅଳକା ଲାମ୍ବା କହିଛନ୍ତି ଯେ ଓଡ଼ିଶାରେ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଛି। ଓଡ଼ିଶାରେ ନାରୀ ନିରାପତ୍ତା ଓ ନ୍ୟାୟ ପାଇଁ କୌଣସି କଡ଼ା ପଦକ୍ଷେପ ନିଆଯାଇ ନାହିଁ। ବାଲେଶ୍ବରରେ ଜଣେ ଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟଙ୍କ ଦ୍ୱାରା ଯୌନ ନିର୍ୟାତନାର ଚାପ ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ କଂଗ୍ରେସ ଗୁରୁତ୍ବର ସହିତ ନେଉଛି। ସଂସଦର ଆଗାମୀ ମୌସୁମୀ ଅଧିବେଶନରେ ଏହି ପ୍ରସଙ୍ଗକୁ ପ୍ରମୁଖତା ଦେବ। ଆଗାମୀ ୨୧ ତାରିଖରେ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ କଂଗ୍ରେସ ଦଳ ସଂସଦ ଘେରାଉ କରି ବାଲେଶ୍ବର ଘଟଣାରେ ନ୍ୟାୟ ଦାବି କରିବ। ଓଡ଼ିଶା ପ୍ରସଙ୍ଗକୁ ଆମେ ପ୍ରାଥମିକତା ଦେବୁ।

ଅଳକା ଲାମ୍ବା ଓଡ଼ିଶା ଗସ୍ତ କରି ବାଲେଶ୍ବର ପୀଡ଼ିତାଙ୍କ ପରିବାରକୁ ଭେଟିବାର କାର୍ୟ୍ୟକ୍ରମ ରହିଛି। ମହିଳା କଂଗ୍ରେସ ସଭାପତି ମୀନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ବାଲେଶ୍ବରରେ ଏକ ବିଶାଳ କର୍ମୀ ସମାବେଶ ଆୟୋଜନ କରାଯାଇଛି। ଏହି ସମାବେଶରେ ଅଳକା ଲାମ୍ବା ମଧ୍ୟ ଯୋଗ ଦେବେ।
ଅଳକା ଲାମ୍ବା ଓ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଅଖିଳ ଭାରତୀୟ କଂଗ୍ରେସ କମିଟି କାର୍ୟ୍ୟାଳୟରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ସୋଫିଆ କହିଥିଲେ, ଏହି ଘଟଣା ରାଜ୍ୟରେ ମହିଳା ନିରାପତ୍ତାର ଦୁର୍ବଳ ଚିତ୍ରକୁ ପ୍ରକାଶ କରୁଛି। ରାଜ୍ୟ ସରକାର ଏହାକୁ ଗମ୍ଭୀରତାର ସହ ନେଉ ନାହାନ୍ତି। ଏହି ଘଟଣାକୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।

  • Related Posts

    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading
    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ