ବାହାନଗା ଟ୍ରେନ ଟ୍ରାଜେଡି: ୩ ଅଭିଯୁକ୍ତଙ୍କୁ ହାଇକୋର୍ଟଙ୍କ ଜାମିନ

କଟକ: ବହୁଚର୍ଚ୍ଚିତ ବାଲେଶ୍ବର ବାହାନଗା ଟ୍ରେନ ଟ୍ରାଜେଡି ମାମଲାରେ ଗିରଫ ହୋଇଥିବା ୩ ରେଳ କର୍ମଚାରୀଙ୍କୁ ମିଳିଲା ବଡ ଆଶ୍ବସ୍ତି । ଏହି ତିନି କର୍ମଚାରୀଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ଏମାନେ ହେଲେ ସିନିୟର ସେକ୍ସନ ଇଂଜିନିୟର (ସିଗନାଲ) ଅରୁଣ କୁମାର ମହନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଖାନ ଓ ଟେକ୍ନିସିଆନ ପପୁ ଯାଦବ । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ‘ସିବିଆଇ’ ଏହି ମାମଲାର ତଦନ୍ତ କରି ୩ ରେଳ କର୍ମଚାରୀଙ୍କ ଦାୟିତ୍ବରେ ଅବହେଳା ପାଇଁ ଏହି ଦୁର୍ଘଟଣା ଘଟିଥିବା ଦର୍ଶାଇ ଗିରଫ କରିଥିଲା ।ତଳକୋର୍ଟରେ ଏମାନଙ୍କ ଜାମିନ ଆବେଦନ ଖାରଜ ହେବା ପରେ ଅଭିଯୁକ୍ତମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । କୋର୍ଟ ଏହି ମାମଲାର ଶୁଣାଣି କରି ୩ କର୍ମଚାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ଅଭିଯୁକ୍ତମାନେ ମାମଲାର ସାକ୍ଷ୍ୟମାନଙ୍କୁ ପ୍ରଭାବିତ କରିବେ ନାହିଁ ଏବଂ ତଦନ୍ତରେ ସହଯୋଗ କରିବାକୁ କୋର୍ଟ ଜାମିନ ସର୍ତ୍ତାବଳିରେ ସ୍ପଷ୍ଟ କରିଛନ୍ତି ।ସୂଚନାଯୋଗ୍ୟ ଯେ, ଗତବର୍ଷ (୨୦୨୩) ଜୁନ ୨୩ ତାରିଖରେ ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିଲା ଏହି ଭୟଙ୍କର ତ୍ରିକୋଣୀୟ ରେଳ ଦୁର୍ଘଟଣା । ହାଓ୍ବଡା-ଚେନ୍ନାଇ ‘କରମଣ୍ଡଳ ସୁପରଫାଷ୍ଟ ଏକ୍ସପ୍ରେସ’ ଦ୍ରୁତଗତିରେ ବାହାନଗା ଷ୍ଟେସନ ଅତିକ୍ରମ କରୁଥିବା ବେଳେ ମେନ-ଲାଇନରୁ ଲୁପ-ଲାଇନରେ ପ୍ରବେଶ କରି ଛିଡା ହୋଇଥିବା ଏକ ମାଲଗାଡିକୁ ଧକ୍କା ଦେଇଥିଲା । ପରେ ପାର୍ଶ୍ବବର୍ତ୍ତୀ ଟ୍ରାକରେ ଆସୁଥିବା ‘ଯଶୋବନ୍ତପୁର- ହାଓ୍ବଡା ହମସଫର ଏସପ୍ରେସ୍‌’ ମଧ୍ୟ ଲାଇନଚ୍ୟୁତ ବଗିରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ତ୍ରିକୋଣୀୟ ଦୁର୍ଘଟଣାରେ ପ୍ରାୟ ୩ଶହ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ