ବିଏମ୍ ସି ମୁଖ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ଓ ଶପଥ ପାଠ କାର୍ଯ୍ୟକ୍ରମ

ଭୁବନେଶ୍ୱର:ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ଆଜି ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଅକ୍ଟୋରବ 27ରୁ ନଭେମ୍ବର 2 ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପି ପାଳନ ହେଉଛି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ଚଳିତ ବର୍ଷର ଥିମ୍ ରହିଛି “ଦୁର୍ନୀତି ନିବାରଣ-ଆମ ସାମୂହିକ ଦାୟିତ୍ୱ”। ଏହି ଅବସରରେ ବିଏମ୍ ସିର ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ଗ୍ରହଣ କରିଛନ୍ତି ।
ଆମ ଦେଶର ଆର୍ଥିକ, ରାଜନୈତିକ ଏବଂ ସାମାଜିକ ପ୍ରଗତି ପଥରେ ଦୁର୍ନୀତି ହିଁ ସବୁଠାରୁ ବଡ ପ୍ରତିବନ୍ଧକ । ଦୁର୍ନୀତିର ମୂଳୋତ୍ପାଟନ ନିମନ୍ତେ ସମସ୍ତ ଅଂଶୀଦାର ଯଥା-ସରକାର, ନାଗରିକ ସମୁଦାୟ ତଥା ଘରୋଇ କ୍ଷେତ୍ର ଏକତ୍ର ହୋଇ କାର୍ଯ୍ୟ କରିବା ଆବଶ୍ୟକ । ପ୍ରତ୍ୟେକ ନାଗରିକ ସବୁ ସମୟରେ ସତର୍କତା ସହିତ ସର୍ବାଧିକ ସାଧୁତା ଓ ସତ୍ୟନିଷ୍ଠାରେ ପ୍ରତିବଦ୍ଧ ରହି ଦୁର୍ନୀତି ବିରୋଧରେ ସଂଗ୍ରାମକୁ ସମର୍ଥନ କରିବା ଉଚିତ । ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ଏବଂ ଆଇନର ଶାସନକୁ ଅନୁପାଳନ କରିବା ସହ ଉତ୍କୋଚ ନେବା କିମ୍ବା ଦେବା, ସମସ୍ତ ଦାୟିତ୍ୱକୁ ସାଧୁତା ଏବଂ ସ୍ୱଚ୍ଛତାର ସହ ସମ୍ପାଦନ କରିବା, ଜନସାଧାରଣଙ୍କ ହିତ ସାଧାନ ପାଇଁ କାର୍ଯ୍ୟ କରିବା, ନିଜ ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତ ମୂଳକ ସାଧୁତା ବଜାୟ ରଖି ଅନ୍ୟମାନଙ୍କ ପାଇଁ ଉଦାହରଣ ହେବା ଏବଂ ଦୁର୍ନୀତି ସମ୍ପର୍କିତ କୌଣସି ଘଟଣା ଉପଯୁକ୍ତ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇବା ପାଇଁ ଶପଥ ନେଇଛନ୍ତି ।
ବିଏମ୍ ସି ମୁଖ୍ୟାଳୟର ଏକାମ୍ର ହଲରେ ଅନୁଷ୍ଠିତ ଏହି ସାଧୁତାର ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ କମିଶନର ଶ୍ରୀ ରତ୍ନାକର ସାହୁ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ କମିଶନର ଶ୍ରୀ କୈଳାସ ଚନ୍ଦ୍ର ଦାସ, ସିଟି ଇଂଜିନିୟର ଶ୍ରୀ ନାରଦ ଚନ୍ଦ୍ର ରଥ, ମୁଖ୍ୟ ବିତ୍ତ ଅଧିକାରୀ ଶ୍ରୀ ଦୀପକ ରଂଜନ ବେହେରା ପ୍ରମୁଖ ମଂଚାସୀନ ଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ