‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମର ଶୁଭାରମ୍ଭ

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ୟ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲ୍ଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଅଛନ୍ତି।ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି। ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।
ଏଥିପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍ରେ ବ୍ଲକ୍ରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ।
ତେବେ ପଞ୍ଚାୟତକୁ ମିଳିଥିବା ମୋଟ ପାଣ୍ଠିର ୩୫ ପ୍ରତିଶତ କେବଳ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହେବ । ଏହାଠାରୁ ଅଧିକ ଟଙ୍କା ରାସ୍ତା ନିର୍ମାଣ ପାଇଁ ଖର୍ଚ କରିହେବନି। ସଂରକ୍ଷିତ ଜଙ୍ଗଲ ଓ ଜଙ୍ଗଲ ଅଞ୍ଚଳ ଭିତରେ ରହୁଥିବା ଲୋକଙ୍କ ପାଇଁ ମଧ୍ୟ ମେଟାଲିଂ ମାନର ରାସ୍ତା ନିର୍ମାଣ କରଯିବ ।
ପୂର୍ବରୁ ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାରେ ଜଙ୍ଗଲ ଅଞ୍ଚଳରେ ରାସ୍ତା ତିଆରି ଉପରେ କଟକଣା ଥିଲା । ଏଣିକି ଏହି ଯୋଜନା ଅଧୀନରେ ପ୍ରତି ବ୍ଲକରେ ରିଡିଂ ରୁମ୍ ବା ପଠନ ଗୃହ ବ୍ୟବସ୍ଥା କରାଯିବ । ଏଠାରେ ପଢ଼ା ବହି ସାଙ୍ଗକୁ ଇଣ୍ଟରନେଟ୍ ସୁବଧା ମିଳିବ। ପୂର୍ବାହ୍ନ ୯ଟାରୁ ରାତି ୯ଟା ଯିଏ ଏହା ଖୋଲା ରହିବ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ