ଭୁବନେଶ୍ବର,: ସଜେଇ ହୋଇଛି ଜନତା ମୈଦାନ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ମହାକୁମ୍ଭ । ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଶୁଭାରମ୍ଭ ହୋଇଛି । ଏହାକୁ ନେଇ ରାଜଧାନୀରେ ଉତ୍ସବର ମାହୋଲ ଖେଳିଯାଇଛି । ୩ଦିନ ଧରି ଚାଲିବ ଏହି ସମ୍ମିଳନୀ । ଯୁବ ସମାବେଶରୁ ଆରମ୍ଭ ହୋଇଛି ସମ୍ମେଳନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବୀପ ପ୍ରଜ୍ବଳନ କରି ସମ୍ମିଳନୀର ଶୁଭାକମ୍ଭ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଉପସ୍ଥିତ ।
ସମ୍ମିଳନୀ ଶୁଭାରମ୍ଭ ଅବସରରେ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ କହିଛନ୍ତି, ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ। ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ । ଦେଶର ହିତ ପାଇଁ ଯୁବବର୍ଗଙ୍କୁ ଯୋଗଦାନ କରିବାକୁ ହେବ । ଦେଶରେ ଏବେ ୨୦ ନାଗରିକରୁ ୧୩ ଜଣ ଯୁବ । ୧ ଲକ୍ଷ ଯୁବନେତୃତ୍ବ ଗଠନ ପାଇଁ ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି । କୋଭିଡ ସମୟରେ ଯୁବ ବୈଜ୍ଞାନିକଙ୍କ ଅବଦାନକୁ ଭୁଲି ହେବ ନାହିଁ।
ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍
ଏମ୍କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…




