ବିକ୍ରାନ୍ତ ମାସେ ବଲିଉଡରୁ ନେଲେ ଅବସର

ନୂଆଦିଲ୍ଲୀ: ଦ୍ଵାଦଶ ଫେଲ ଚଳଚ୍ଚିତ୍ର କରି ଦର୍ଶକଙ୍କ ପ୍ରଶଂସା ସାଉଁଟିଥିବା ଅଭିନେତା ବିକ୍ରାନ୍ତ ମାସେ ପ୍ରଶଂସକମାନଙ୍କୁ ନିରାଶ କରିଛନ୍ତି। ସମସ୍ତଙ୍କୁ ଆଶ୍ଚର୍ୟ୍ୟଚକିତ କଲା ଭଳି ବଲିଉଡରୁ ଅବସର ନେବା ସମ୍ପର୍କରେ ସେ ଘୋଷଣା କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଦ ସାବରମତୀ ରିପୋର୍ଟ ଚଳଚ୍ଚିତ୍ର ମୁକ୍ତିଲାଭ କରିବାର କିଛିଦିନ ପରେ ୩୭ ବର୍ଷୀୟ ଏହି ଅଭିନେତାଙ୍କ ଅବସର ଘୋଷଣାକୁ ଦର୍ଶକ ସହଜରେ ଗ୍ରହଣ କରିପାରୁନାହାନ୍ତି।

ବିକ୍ରାନ୍ତ ମାସେ ନିକଟରେ ୫୫ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବ(ଆଇଏଫଏଫଆଇ)ରେ ପର୍ସନାଲିଟି ଅଫ ଦ ଇୟର ପୁରସ୍କାର ଗ୍ରହଣ କରିଥିଲେ। ତେବେ ସେ ତାଙ୍କ ଅବସର ପଛର କାରଣ କିଛି ଦର୍ଶାଇ ନାହାନ୍ତି। ନିଜ ପୋଷ୍ଟରେ ସେ ଲେଖିଛନ୍ତି, ‘ଚଳଚ୍ଚିତ୍ର ଜଗତରେ କାର୍ୟ୍ୟ କରିଥିବା ସମୟରେ ସମସ୍ତଙ୍କ ସମର୍ଥନ ପାଇଁ ଧନ୍ୟବାଦ ଜଣାଉଛି। ବର୍ତ୍ତମାନ ସମୟ ଘରକୁ ଯିବାର ସମୟ ବୋଲି ମୁଁ ଅନୁଭବ କରୁଛି। ଜଣେ ସ୍ଵାମୀ, ଜଣେ ବାପା ଏବଂ ଜଣେ ପୁଅ ହିସାବରେ ସେ ଘରକୁ ଫେରୁଛନ୍ତି। ଜଣେ ଅଭିନେତା ହିସାବରେ ମଧ୍ୟ। ଆଗାମୀ ୨୦୨୫ ଆମେ ପରସ୍ପରଙ୍କୁ ଗୋଟିଏ ଶେଷ ଚଳଚ୍ଚିତ୍ରରେ ଭେଟିବା। ଶେ​ଷ ୨ଟି ଚଳଚ୍ଚିତ୍ର ଏବଂ ଅନେକ ବର୍ଷର ସ୍ମୃତିକୁ ନେଇ ଘରକୁ ଫେରୁଛି। ସମସ୍ତଙ୍କୁ ଧନ୍ୟବାଦ !’

  • Related Posts

    ମାସକର ଦରମା ଦାନ କଲେ ଧାମୀ

    ଡେରାଡୁନ: ବିପତ୍ତି ବେଳେ ବଡପଣ ଦେଖାଇଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ । ଉତ୍ତରକାଶୀରେ ହୋଇଥିବା ପ୍ରଳୟ ପରେ ରିଲିଫ ପାଇଁ ନିଜ ଦରମା ଦେଲେ ମୁଖ୍ୟମନ୍ତ୍ରୀ । ଧରାଲି ଏବଂ ହର୍ସିଲ ଅଞ୍ଚଳରେବିପର୍ୟ୍ୟୟ ପରିଚାଳନା ସହ ରିଲିଫ ସାମଗ୍ରୀ ଏବଂ ଉଦ୍ଧାର କାର୍ୟ୍ୟ…

    ରାହୁଲ ଗାନ୍ଧୀଙ୍କୁ ସମର୍ଥନ ଦେଲେ ଶଶି ଥରୁର

    ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ସହିତ ସ୍ୱର ମିଳାଇ ନିଜ ଦଳରୁ ସମାଲୋଚିତ ହୋଇଥିବା ଶଶି ଥରୁର ଏବେ ଦଳର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ସମର୍ଥନ ଦେଇଛନ୍ତି। ୨୦୨୪ ଲୋକସଭା ନିର୍ବାଚନରେ ଇଲେକ୍ସନ କମିଶନ ବିଜେପି ସହ ମିଶି ବଡ଼ ଧରଣର…

    Leave a Reply

    Your email address will not be published. Required fields are marked *

    You Missed

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ