ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ISO 9001:2015 ପ୍ରମାଣପତ୍ର

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA)କୁ ISO 9001:2015 ପ୍ରମାଣପତ୍ର ମିଳିଛି । ବିମାନବନ୍ଦରର ଗୁଣାତ୍ମକ ପରିଚାଳନା ବ୍ୟବସ୍ଥାକୁ ଅନ୍ତର୍ଜାତୀୟ ମାନଦଣ୍ଡ ଅନୁଯାୟୀ ସ୍ୱୀକୃତି ମିଳିବା ଏହାର ସେବା ଗୁଣବତ୍ତା, କାର୍ଯ୍ୟଦକ୍ଷତା ଓ ଯାତ୍ରୀକୈନ୍ଦ୍ରିକ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ।

“ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର, ଭୁବନେଶ୍ୱର ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ । ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ସମ୍ମାନଜନକ ISO 9001:2015 ଏବଂ ISO 14001:2015 ପ୍ରମାଣପତ୍ର ପ୍ରଦାନ କରାଯାଇଛି । ଏହା ଗୁଣବତ୍ତା, ପରିଚାଳନାଗତ ଉତ୍କର୍ଷ, ପରିବେଶ ପ୍ରତି ଦାୟିତ୍ୱବୋଧ ଏବଂ ସ୍ଥାୟୀ ବିମାନବନ୍ଦର ପରିଚାଳନା ପ୍ରତି ଆମର ପ୍ରତିବଦ୍ଧତାକୁ ପୁନଃପ୍ରମାଣିତ କରୁଛି,” ବୋଲି ବିଜୁ ପଟ୍ଟନାୟକ ବିମାନବନ୍ଦର କର୍ତ୍ତୃପକ୍ଷ ବୁଧବାର ‘ଏକ୍ସ’ରେ ଏକ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ।

  • Related Posts

    ଚନ୍ଦ୍ରିକା ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

    କଟକ: ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ସାକ୍ଷୀମାନଙ୍କୁ…

    Continue reading
    ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଜେଲ୍‌

    ଢେଙ୍କାନାଳ:ସରକାରୀ ଅର୍ଥ ଆତ୍ମସାତ୍‌ ଓ ଦୁର୍ନୀତି ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଆଜି (୦୩.୦୯.୨୦୨୬) ଦୋଷୀ ସାବ୍ୟସ୍ତ କରିଛନ୍ତି ଢେଙ୍କାନାଳ ବିଶେଷ ଭିଜିଲାନ୍ସ ଆଦାଲତ। ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିମାନେ ହେଲେ: ନିତ୍ୟାନନ୍ଦ ମହାନ୍ତି, ଅବସରପ୍ରାପ୍ତ ଆଇ.ଏ.ଏସ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ