ବିଜେଡ଼ି କର୍ମୀଙ୍କ ଉପରେ ପାଣିମାଡ଼

ଭୁବନେଶ୍ୱର: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିରୋଧୀ ବିଜେଡି ଆଜି ବାଲେଶ୍ୱର ବନ୍ଦ ଡାକରା ଦେବା ସହ ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିଛି । ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ