ବିଜେଡି ଡାକିଲା ବଡ଼ ବୈଠକ,ସମସ୍ତ ନେତାଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ବିଜେଡି ଡାକିଲା ବଡ଼ ବୈଠକ । ବୁଧବାର ବସିବ ବିଜୁ ଜନତା ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକର ଅଧ୍ୟକ୍ଷତା କରିବେ। ସମସ୍ତ ନେତାଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଜେଡି ପକ୍ଷରୁ ଏକ ଗଣମାଧ୍ୟମ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜେଡି ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ଆସନ୍ତା ୧୦ ତାରିଖ ଅପରାହ୍ନ ୪ଟା ସମୟରେ ରାଜ୍ୟ ବିଜେଡି କାର୍ଯ୍ୟାଳୟ ଶଙ୍ଖଭବନରେ ଏକ ବୈଠକ ବସିବାକୁ ଯାଉଛି । ଯେଉଁଥିରେ ଗତ ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀ କିମ୍ବା ପ୍ରାର୍ଥିନୀ ଭାବେ ଲଢିଥିବା ନେତାମାନଙ୍କୁ ଡକାଯାଇଛି। ଏହି ବୈଠକରେ ଦଳୀୟ ସଭାପତି ସମସ୍ତ ନେତାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଏବଂ ବିଚାରବିମର୍ଶ କରିବେ ।

ସେହିପରି ପୂର୍ବରୁ ଦଳ ତରଫକୁ ଦିଆଯାଇଥିବା SIR ସଂପର୍କୀତ କାର୍ଯ୍ୟକ୍ରମର ଅନୁପାଳନ, ବ୍ଲକ ଓ ପୌରାଞ୍ଚଳରେ ସାଂଗଠନିକ କମିଟି ଗଠନ ଓ ନିଆଯାଇଥିବା ଦଳୀୟ କାର୍ଯ୍ୟକ୍ରମ ସଂପର୍କରେ ତଥ୍ୟ ପ୍ରଦାନ କରିବେ । ଏହି ବୈଠକରେ ଦଳୀୟ ନେତାମାନେ ସିଧା ସଭାପତିଙ୍କ ସହ କୌଣସି ବି ପ୍ରସଙ୍ଗରେ ଆଲୋଚନା କରିପାରିବେ ।

ତେବେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ । ଏହାପୂର୍ବରୁ ବିଜେଡି ସବୁ ନେତାମାନଙ୍କୁ ରାଜଧାନୀକୁ ଡାକାରା ହୋଇଛି । ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡି ନିଜର ସଂଗଠନକୁ ଆହୁରି ସୁଦୃଢ କରୁଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।

  • Related Posts

    ଦେବାଶିଷ ସାମନ୍ତରାୟଙ୍କ ରାଜ୍ୟସଭା ପ୍ରାର୍ଥୀପତ୍ର କାଏମ୍

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନକୁ ନେଇ ରାଜନୀତିକ ମାହୋଲ ଗରମ ହୋଇଥିବାବେଳେ ବିଜେପି ନେତା ଦେବାଶିଷ ସାମନ୍ତରାୟଙ୍କ ପ୍ରାର୍ଥୀପତ୍ର କାଏମ୍ ହୋଇଛି । ସୂଚନା ଅନୁସାରେ, ସେ ମୋଟ ୪ ସେଟ୍ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଏବଂ ଯାଞ୍ଚ ପ୍ରକ୍ରିୟା ପରେ ସମସ୍ତ…

    Continue reading
    ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

    ଭୁବନେଶ୍ୱର,: ଆନ୍ତର୍ଜାତିକ ସ୍ତରରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇଥିବା ବେଳେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର କ୍ରମାଗତ ଦରବୃଦ୍ଧି ନେଇ ଉଦ୍ବେଗ ପ୍ରକାଶ କରିବା ସହିତ ଡବଲ ଇଞ୍ଜିନ ସରକାରଙ୍କୁ କଡ଼ା ସମାଲୋଚନା କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ