ବିଜେଡିର ପରୋକ୍ଷ ସମର୍ଥନ: ଜୁଏଲ

ଭୁବନେଶ୍ୱର: ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ । ତେବେ ନିର୍ବାଚନ ନେଇ ବିଜୁ ଜନତା ଦଳ ବା ବିଜେଡିର ନିଜର ଷ୍ଟାଣ୍ଡକୁ କ୍ଲିୟର କରିଛି । ଭୋଟିଂରେ ଭାଗ ନେବନି ବିଜେଡି । ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରୁ ବିରତ ରହିବ ବିଜେଡି । ତେବେ ଭୋଟିଂରୁ ବିଜେଡିର ବିରତ ନିଷ୍ପତ୍ତି ନେଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କହିଛନ୍ତି ଯେ ବିଜେଡି ବିରତ ରହିବା ଅର୍ଥ ଆମକୁ ସପୋର୍ଟ କରିବା । ନବୀନ ବାବୁ ଆମକୁ ପରୋକ୍ଷରେ ସମର୍ଥନ କରୁଛନ୍ତି ବୋଲି ଶ୍ରୀ ଓରାମ କହିଛନ୍ତି ।

ଜଗଦୀପ ଧନଖଡଙ୍କ ଇସ୍ତଫା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ହେଉଛି । ଯେଉଁଥିରେ ଏନଡିଏ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରିଥିବାବେଳେ, ବିରୋଧୀ ମେଣ୍ଟ ବି ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି । ତେବେ ଗଲା କିଛି ଦିନ ଧରି ଚର୍ଚ୍ଚା ହେଉଥିଲା, ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଜଣାଇବ? ଆଉ ଶେଷରେ ବିଜେଡି ଏହି ନିର୍ବାଚନରେ ଭାଗ ନେବନି ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି ।

ରାଜନୈତିକ ଦୃଷ୍ଟିକୋଣରୁ ଦେଖିଲେ, ବିଜେଡି ଯଦି ଏହି ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିଥାନ୍ତା, ତେବେ କେଉଁଠି ନା କେଉଁଠି ବିଜେଡି-ବିଜେପି ଏକ ବୋଲି କଥା ଉଠିଥାନ୍ତା । ଏହାସହ ଯଦି ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ବିରୋଧ କରି ଇଣ୍ଡି ମେଣ୍ଟର ପ୍ରାର୍ଥୀଙ୍କୁ ସମର୍ଥନ କରିଥାନ୍ତା, ତେବେ କେନ୍ଦ୍ରର ମୋଦୀ ସରକାରର ଟାର୍ଗେଟରେ ରହିଥାନ୍ତା । ହେଲେ ଏ ଦୁଇଟି ଯାକ କଥାକୁ ଛାଡ଼ି ବିଜେଡି ଏବେ ତୃତୀୟ ରାସ୍ତା ବାଛିଛି । ଦଳ ଉପରାଷ୍ଟ୍ରପତି ନିର୍ବାଚନରେ ନିରବ ରହିବା ସହିତ ଭୋଟ୍ ଦାନ ପ୍ରକ୍ରିୟାରୁ ବିରତ ରହିବ ବୋଲି ସୂଚନା ରହିଛି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ