ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲା ଜ଼ିଲ୍ଲା କଂଗ୍ରେସ

ଦେବଗଡ଼:କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶିକ୍ଷା କ୍ଷେତ୍ରରେ ବିଫଳତା,ପରୀକ୍ଷା ପରିଚାଳନାରେ ଅନିୟମିତତା ଓ ପାଠ୍ୟ ପୁସ୍ତକରେ ତୃଟି କାରଣରୁ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଅନ୍ଧକାର ମଧ୍ୟକୁ ଠେଲି ହୋଇଯାଉଛି ବୋଲି କଂ‌ଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଦିଲ୍ଲୀରେ ନିରୀହ ଛାତ୍ରଛାତ୍ରୀମା‌ନଙ୍କ ଉପରେ ପୁଲିସର ଲାଠିମାଡ ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ ନିନ୍ଦା କରାଯିବା ସହ ରାଜ୍ୟର ବିଭିନ୍ନ ବିଦ୍ୟାଳୟର ପାଠ‍୍ୟ ପୁସ୍ତକ ରେ ୨୨ ଶହରୁ ଉର୍ଦ୍ଧ୍ବ ଭୁଲ ରହିଛି।ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ପରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ।ଏହାର ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରି ବିଭିନ୍ନ ସ୍ଲୋଗାନ ଦେଇ ୪୯ନମ୍ବର ଜାତୀୟ ରାଜପଥର ବିର୍ସା ମୁଣ୍ଡା ଛକରେ ସତ୍ୟାଗ୍ରହ କରାଯାଇଥିଲା।ଏହି ସମୟରେ ଜିଲ୍ଲା କଂଗ୍ରେସ ସଭାପତି ସେମ ହେମ୍ରମ,ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଆକାଶ ଦାଶ, ମହିଳା କଂଗ୍ରେସ ସଭାନେତ୍ରୀ ଲିତା ଆଚାର୍ଯ୍ୟ,ଜିଲ୍ଲା କଂଗ୍ରେସ ସଂପାଦକ ଗୋଲଖ ନାଏକ, ସୁଶୀଲ ମାଝି,ଆଦିବାସୀ କଂଗ୍ରେସ ସଭାପତି ସୁଶୀଲ ଗୁଡ଼ିଆ,ଏସସି ସେଲ୍ ସଭାପତି ରମେଶ ଚନ୍ଦ୍ର ପାତ୍ର,ସନ୍ତୋଷ ଉଦାବର, ରମାକାନ୍ତ ନାଏକ, ମୁରଲୀ ନାୟକ, ରାଜେଶ ବାର୍ଲା, ଦୁଃଖବନ୍ଧୁ ମୁଣ୍ଡାଙ୍କସମେତ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ