ବିଦ୍ୟାଳୟର ବିଦ୍ୟୁତ ବକେୟା ପୈଠ ନ ହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ କଡ଼ା ନିର୍ଦ୍ଦେଶ । ୭ ଦିନ ଭିତରେ ବିଦ୍ୟାଳୟର ବିଦ୍ୟୁତ ବକେୟା ପୈଠ କର , ନ ହେଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ। ନିର୍ଦେଶରେ ଦର୍ଶାଯାଇଛି ଯେ ବିଦ୍ୟୁତ ବକେୟା ପୈଠ ପାଇଁ ବ୍ଲକଭିତ୍ତିକ ଟଙ୍କା ପୂର୍ବରୁ ଆବଣ୍ଟିତ ହୋଇଛି। ଏଣୁ ସାତ ଦିନ ମଧ୍ୟରେ ଉକ୍ତ ଟଙ୍କାକୁ ଉଠାଣ ଓ ବଣ୍ଟନ କରି ବିଲ୍ ଦାଖଲ ସୁନିଶ୍ଚିତ କରିବାକୁ ହେବ। ନଚେତ୍ ସଂପୃକ୍ତ ଖିଲାପକାରୀ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ପଷ୍ଟ ଚେତାବନୀ ଦିଆଯାଇଛି।

ଏହି ନିର୍ଦ୍ଦେଶରେ କୁହାଯାଇଛି ଯେ, ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଅଧୀନସ୍ଥ କାର୍ଯ୍ୟାଳୟଗୁଡ଼ିକର ବକେୟା ବିଦ୍ୟୁତ ବିଲ୍ ପୈଠ ସମ୍ପର୍କରେ ମୁଖ୍ୟ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଜୁନ୍ ୧୧ରେ ଏନେଇ ନିର୍ଦ୍ଦେଶ ପୂର୍ବରୁ ଜାରି ହୋଇଛି। ସେହିଭଳି ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ସଚିବଙ୍କ ଜୁନ୍ ୩୦ ତାରିଖର ନିର୍ଦ୍ଦେଶକୁ ଆଧାର କରି ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

ସେହିପରି ନିର୍ଦ୍ଦେଶକ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବକେୟା ବିଦ୍ୟୁତ ବିଲ୍ ପୈଠର ଅଗ୍ରଗତି ଉପରେ ନିୟମିତ ନଜର ରଖିବା, ପ୍ରତ୍ୟେକ ବ୍ଲକର ସ୍ଥିତି ସମୀକ୍ଷା କରିବା ଏବଂ ଅନୁପାଳନ ରିପୋର୍ଟ ସଂଗ୍ରହ କରିବାକୁ କହିଛନ୍ତି। ଅର୍ଥାତ୍ କେବଳ ଅର୍ଥ ଆବଣ୍ଟନ କରିଦେଲେ ଚଳିବ ନାହିଁ, ବରଂ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବିଦ୍ୟୁତ ବିଲ୍ ପରିଶୋଧ ହୋଇଥିବା ସୁନିଶ୍ଚିତ କରିବାର ଦାୟିତ୍ୱ ମଧ୍ୟ ଜିଲ୍ଲା ସ୍ତରର ଅଧିକାରୀଙ୍କ ଉପରେ ନ୍ୟସ୍ତ କରାଯାଇଛି।

ପ୍ରଶାସନିକ ସୂତ୍ରରୁ ଜଣାପଡ଼ିଛି ଯେ, ବିଭିନ୍ନ ସ୍କୁଲରେ ଦୀର୍ଘଦିନ ଧରି ବିଦ୍ୟୁତ ବିଲ୍ ବକେୟା ରହିଥିବାରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏହା ଯେପରି ଛାତ୍ରଛାତ୍ରୀଙ୍କ ପାଠପଢ଼ା, ଡିଜିଟାଲ ଶିକ୍ଷା ଓ ବିଦ୍ୟାଳୟର ଦୈନନ୍ଦିନ କାର୍ଯ୍ୟରେ ବାଧା ସୃଷ୍ଟି ନ କରେ, ସେଥିପାଇଁ ସରକାର ଏହି ପ୍ରସଙ୍ଗକୁ ସର୍ବୋଚ୍ଚ ଗୁରୁତ୍ୱ ଦେଇ ତୁରନ୍ତ ପୈଠକ ପ୍ରକ୍ରିୟା ଶେଷ କରିବାକୁ ତାଗିଦ କରିଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ