ବିଦ୍ୟୁତ୍‌‌ ଖୁଣ୍ଟର ଷ୍ଟେ’ ତାର ପଡ଼ି ଛାତ୍ରଙ୍କ ମୃତ୍ୟୁ-ଛକରେ ମୃତଦେହ ରଖି ରାସ୍ତାରୋକ କରିଛନ୍ତି ଗ୍ରାମବାସୀ

ବାଲିପାଟଣା, 18/08: ଏକ ଚାକୁଣ୍ଡା ଗଛରେ ବନ୍ଧା ଯାଇଥିବା ବିଦ୍ୟୁତ୍‌‌ ଖୁଣ୍ଟର ଷ୍ଟେ’ ତାର ଆଜି ଜଣେ ଛାତ୍ରଙ୍କ ଜୀବନ ନେଇଛି। ମୃତ ନାବାଳକ ହେଲେ ବାଲିପାଟଣା ଥାନା କୁଳନ୍ତିରା ଶାସନର ଅକ୍ଷୟ ଭୋଇଙ୍କ ପୁଅ ଚନ୍ଦନ(୧୦)। ଚନ୍ଦନଙ୍କ ମୃତ୍ୟୁ ପାଇଁ ଗ୍ରାମବାସୀ ବିଦ୍ୟୁତ୍‌‌ କର୍ତ୍ତୃପକ୍ଷଙ୍କୁ ଦାୟୀ କରିବା ସହିତ ଆଜି ସନ୍ଧ୍ୟାରେ ଚନ୍ଦନଙ୍କ ମୃତଦେହ ରଖି ସରଦେଇପୁର-ନିମାପଡ଼ା ରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ବାଲିପାଟଣାରୁ ନିମାପଡ଼ା ଓ ଭୁବନେଶ୍ବର ଯାନବାହନ ଚଳାଚଳ ବ୍ୟାହତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ବହୁ ଦିନ ହେଲା ଏକ ବିଦ୍ୟୁତ୍‌‌ ଖୁଣ୍ଟର ଷ୍ଟେ ତାର ଏକ ଚାକୁଣ୍ଡା ଗଛରେ ବନ୍ଧା ହୋଇଥିଲା। ତେବେ ଆଜି ଅପରାହ୍ଣ ପ୍ରାୟ ଗୋଟାଏ ବେଳେ ବର୍ଷା ପବନରେ ଚାକୁଣ୍ଡା ଡାଳଟି ଭାଙ୍ଗିଯିବାରୁ ଖୁଣ୍ଟରୁ ଷ୍ଟେ ତାର ଛିଣ୍ଡି ଚନ୍ଦନଙ୍କ ଘର ଅଗଣାରେ ପଡ଼ିଥିଲା। ଡାଳଟିକୁ ଚନ୍ଦନ ଅଗଣାରୁ ହଟାଇବାକୁ ଯାଇ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ସେହିଠାରେ ଛଟପଟ ହୋଇ ତଳେ ଟଳି ପଡ଼ିଥିଲେ। ଘର ଲୋକେ ତାଙ୍କୁ ଉଦ୍ଧାର କରି ବାଲିପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ସଂକଟାପନ୍ନ ଥିବାରୁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଥିଲା। ସେଠାରେ ଡାକ୍ତର ଚନ୍ଦନଙ୍କୁ ମୃତ ଘୋଷଣା କରିଥିଲେ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ