ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବାକରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସାହାଯ୍ୟ ଓ ସହାନୁଭୂତି ଯୋଗାଇଦେଇ ପଣ୍ଡିତ ଗୋପବନ୍ଧୁ ମାନବୀୟ ଗୁଣ ଏବଂ ଚିନ୍ତା-ଚେତନାରେ ଉତ୍କଳୀୟ ଭାବନା ରଖି ଜାତୀୟତାର ଉଦାହରଣ ସୃଷ୍ଟି କରିଯାଇଛନ୍ତି ।ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ ପାଳନ ଅବସରରେ ଆଜି ବିଧାନସଭା ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଉପବାଚସ୍ପତି ଶ୍ରୀ ଭାବନୀଶଙ୍କର ଭୋଇ, ସରକାରୀ ଦଳ ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପି୍ରୟଦର୍ଶୀ ମିଶ୍ର, ଲୋକସେବକ ମଣ୍ଡଳର ସର୍ବଭାରତୀୟ ସମ୍ପାଦକ ତଥା ସମାଜର ପ୍ରକାଶକ ଶ୍ରୀ ରାଜେନ୍ଦ୍ର କୁମାର ଜେନା, ଉତ୍କଳ ସମ୍ମିଳନୀର କାର୍ୟ୍ୟକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରାଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି ଅବସରରେ ଶ୍ରୀ ଲକ୍ଷ୍ମୀକାନ୍ତ ପାଲିତ ଓ ସାଥି କଳାକାରମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା । ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ