ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ

ଭୁବନେଶ୍ୱର:ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍‌କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ । ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ । ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକି୍ରୟ ଯୋଗଦାନ କରିଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ ଅଳଙ୍କୃତ କରିଥିଲେ । ସେ ଥିଲେ ଏକାଧାରରେ ସଂଗ୍ରାମୀ, ସଂସ୍କାରକ, ଅଧ୍ୟାପକ, ଶିକ୍ଷାବିତ୍‌, ରାଜନେତା, ବାଗ୍ମୀ ଓ ସୁଲେଖକ । ଓଡ଼ିଶା ଇତିହାସରେ ତାଙ୍କର କୃତି ଓ କୀର୍ତ୍ତି ଚିର ଉଜ୍ଜ୍ୱଳ ରହିବ । ପଣ୍ଡିତ ନୀଳକଣ୍ଠ ଦାସଙ୍କର ୧୪୧ତମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଆୟୋଜିତ ସଂକ୍ଷିପ୍ତ ଉତ୍ସବରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ଗଣେଶ୍ୱର ବେହେରା ଓ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା, ପୂଜ୍ୟପୂଜା ସଂସଦର ସଭାପତି ଶ୍ରୀ ପ୍ରଦୁ୍ୟମ୍ନ ଶତପଥି, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୀବ ମିଶ୍ର, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ ପ୍ରମୁଖ ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ବାଚସ୍ପତି ଓ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ସଂକଳିତ ପୁସ୍ତକ “Speeches of Finance Minister of Odisha from 2022 to 2025-26″କୁ ଉନ୍ମୋଚନ କରିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ୧୯୩୬ ମସିହା ଅପ୍ରେଲ ପହିଲାରେ ବ୍ରିଟିଶ ଶାସନାଧିନ ଭାରତ ବର୍ଷରେ ଏକ ଭାଷାଭିତ୍ତିକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ଓଡ଼ିଶା ଶାସନଗତ କ୍ଷମତା ହାସଲ କରିଥିଲା । ସ୍ୱତନ୍ତ୍ର ଓଡ଼ିଶାର (ପ୍ରାକ୍‌-ସ୍ୱାଧୀନତା) ପ୍ରଥମ ବିଧାନସଭା ୧୯୩୬ ମସିହାଠାରୁ ୨୦୨୦-୨୧ ମସିହା ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବିଧାନସଭାରେ ମାନ୍ୟବର ଅର୍ଥମନ୍ତ୍ରୀଙ୍କ ଦ୍ୱାରା ବଜେଟ ଅଭିଭାଷଣ ଗବେଷଣା ଉପବିଭାଗ ଦ୍ୱାରା ସଂଗ୍ରହ କରାଯାଇ ପୁସ୍ତକର ଅଷ୍ଟମ ଖଣ୍ଡ (ଅଷ୍ଟମ ସଂସ୍କରଣ) ପ୍ରକାଶିତ ହୋଇଛି । ଏହି ପରିପ୍ରେକ୍ଷୀରେ ୨୦୨୧-୨୨ଠାରୁ ୨୦୨୫-୨୬ ଆର୍ଥିକ ବର୍ଷ ବଜେଟର ନବମ ସଂସ୍କରଣ ଆଜି ଉନ୍ମୋଚିତ ହୋଇଛି । ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ଶ୍ରୀ ଅବିନାଶ ପାଣି କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

    ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ