ବିଧାନସଭାରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଲେ ରଣେନ୍ଦ୍ର

ଭୁବନେଶ୍ବର: ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର ସିବିଆଇ ତଦନ୍ତ କରିବା ଉଚିତ। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ସିବିଆଇ ତଦନ୍ତ କରାଯିବ। ତାମିଲ ନେଇଗଲା ତାମିଲକୁ ଧର ଧର.. ଭଳି କଥା ବି କହିଥିଲେ ବିଜେଡି ବିଧାୟକ।
ସୂଚନାଯୋଗ୍ୟ, ୨୦୧୮ରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଚାବି ହଜିବା ପ୍ରସଙ୍ଗକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ସରକାର ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ରଘୁବୀର ଦାଶଙ୍କୁ କମିସନଙ୍କ ଅଧୢକ୍ଷ ଭାବେ ଦାୟିତ୍ବ ପ୍ରଦାନ କରିଥିଲେ। ୨୦୧୮ ଜୁନ୍‌ ୮ରେ ଗୃହ ବିଭାଗ ପକ୍ଷରୁ ତଦନ୍ତର ଟର୍ମସ୍‌ ଅଫ୍‌ ରେଫରେନ୍ସ ପ୍ରକାଶ ପାଇଥିଲା। ତଦନ୍ତ ପରେ କମିସନ ୨୦୧୮ ନଭେମ୍ବର ୨୯ରେ ସରକାରଙ୍କୁ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିଥିଲେ। ଏହି ରିପୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ରହସ୍ୟ ରହିଛି। କିନ୍ତୁ ସରକାର ଏହି ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ କରୁ ନାହାନ୍ତି। ରିପୋର୍ଟକୁ ସାର୍ବଜନୀନ ମଧ୍ୟ କରାଯାଉ ନାହିଁ। କମିସନ ଅଫ୍ ଇନ୍‌କ୍ବାରି ଆଇନ ୧୯୫୨ର ଧାରା ୩(୪) ଅନୁସାରେ ସରକାର ଏହି ପ୍ରସଙ୍ଗରେ ପଦକ୍ଷେପ ନିଅନ୍ତୁ ବୋଲି ଦର୍ଶାଇ ଆବେଦନକାରୀ ୨୦୨୩ରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। କମିସନ ଅଫ୍ ଇନ୍‌କ୍ବାରି ଆଇନ ଅନୁସାରେ ସରକାର ଏହି ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ କରିବା ଉଚିତ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଅନୁପ କୁମାର ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ