ବିଧାୟକମାନେ କାଗଜ ଧରି ଆଉ ପଢ଼ିବେ ନାହିଁ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ସମ୍ପର୍କରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏଣିକି ବିଧାନସଭାରେ ଆଉ କାଗଜ ବ୍ୟବହାର ହେବନାହିଁ । ବିଧାନସଭା ଭିତରେ ଟ୍ୟାବ ଲଗାଯାଇଛି । ଏଣିକି ବିଧାୟକମାନେ କାଗଜ ଧରି ଆଉ ପଢ଼ିବେ ନାହିଁ । ସମସ୍ତେ ଟ୍ୟାବରେ ପଢ଼ିବେ । ଯେଉଁଥିପାଇଁ ୧୪୭ ଜଣ ବିଧାୟକଙ୍କ ଆସନରେ ଟ୍ୟାବ ଲଗାଯାଇଛି । ବିଧାୟକମାନେ ବିନା କାଗଜପତ୍ରରେ ପ୍ରଶ୍ନୋତ୍ତର କିମ୍ବା ପ୍ରସ୍ତାବ ପଢ଼ିବେ ।

୧୩ ତାରିଖରୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ। ଦୁଇଟି ପର୍ୟ୍ୟାୟରେ ଏହି ଅଧିବେଶନ ଏପ୍ରିଲ ୫ ତାରିଖ ପର୍ୟ୍ୟନ୍ତ ଚାଲିବ। ଅଧିବେଶନରେ ମୋଟ ୨୮ ଟି କାର୍ୟ୍ୟଦିବସ ଥିବାବେଳେ ଫେବୃଆରୀ ୧୭ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ ।

ଫେବୃଆରୀ ୧୩ରୁ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ୍‌ ଅଧିବେଶନ। ଫେବୃଆରୀ ୧୭ରେ ଆସିବ ରାଜ୍ୟ ବଜେଟ। ୨୦୨୫-୨୦୨୬ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ୟ୍ୟନ୍ତ ବନ୍ଦ ରହିବ ଅଧିବେଶନ। ପୁଣି ମାର୍ଚ୍ଚ ୭ରୁ ଏପ୍ରିଲ ୫ଯାଏ ଚାଲିବ ଦ୍ୱିତୀୟ ପର୍ୟ୍ୟାୟ ବଜେଟ୍‌ ଅଧିବେଶନ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ