ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍ ଓଚଝ ବିନୟତୋଷ ମିଶ୍ରଙ୍କୁ ଏହି ଗୁରୁତ୍ୱପୂର୍ଣ ଦାୟିତ୍ବ ଓଡିଶା ସରକାରଙ୍କ ପକ୍ଷରୁ ଦିଆଯାଇଛି। ଆସନ୍ତା ୧୬ ତାରିଖରେ ବର୍ତ୍ତମାନର ଡିଜିପି ୱାଇ. ବି. ଖୁରାନିଆଙ୍କ କାର୍ୟ୍ୟକାଳ ଶେଷ ହେଉଥିବା ବେଳେ ଏହାପରେ ବିନୟତୋଷ ମିଶ୍ର ଡିଜିପି ଦାୟିତ୍ୱ ତୁଲାଇବେ।

ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ ଦାୟିତ୍ୱ ତୁଲାଉଥିବା ଶ୍ରୀ ମିଶ୍ର ଏବେ ରାଜ୍ୟ ପୁଲିସ ମୁଖ୍ୟ ଭାବେ ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ। ତାଙ୍କ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ସରକାର ଏହି ଦାୟିତ୍ୱ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଉଛି।

  • Related Posts

    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading
    ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ କାର୍ଯ୍ୟାନୁଷ୍ଠାନ

    ଭୁବନେଶ୍ୱର: ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ