ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ମାଓବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା। ମିଳିତ ତଲାସୀ ଅଭିଯାନ ସମୟରେ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ କରିଛି ପୁଲିସ। ଜବତ ସାମଗ୍ରୀ ମଧ୍ୟରେ ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ଏବଂ ମାଓବାଦୀଙ୍କ ନିତ୍ୟ ବ୍ୟବହାର୍ଯ୍ୟ ବିଭିନ୍ନ ସାମଗ୍ରୀ ରହିଛି।
ଏନେଇ ଆଜି ମାଲକାନଗିରି ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସପି ବିନୋଦ ପାଟିଲ ସୂଚନା ଦେଇଛନ୍ତି। ପୁଲିସ ସୂଚନା ଅନୁଯାୟୀ, ଜିଲ୍ଲାର କିଟିମିଟି ଓ କଟୁଆପଦର ଜଙ୍ଗଲ ଅଞ୍ଚଳରେ ବିଏସଏଫ ଏବଂ ଡିଭିଏଫ୍ ଯବାନଙ୍କ ମିଳିତ ତଲାସୀ ଅଭିଯାନ ବେଳେ ଏହି ସଫଳତା ମିଳିଛି। ଅଭିଯାନ ସମୟରେ ପ୍ରାୟ ୩୨ ପ୍ରକାରର ମାଓ ସାମଗ୍ରୀ ଜବତ କରାଯାଇଥିବା ପୁଲିସ କହିଛି। ଜବତ ସାମଗ୍ରୀ ମଧ୍ୟରେ ବନ୍ଧୁକ, ବିସ୍ଫୋରକ ଉପକରଣ, ଦୈନନ୍ଦିନ ବ୍ୟବହାର ସାମଗ୍ରୀ ସହ ଅନ୍ୟାନ୍ୟ ମାଓବାଦୀ ସାମଗ୍ରୀ ରହିଛି। ଏହି ଜବତ ଫଳରେ ମାଓବାଦୀଙ୍କ କାର୍ଯ୍ୟକଳାପକୁ ବଡ଼ ଧକ୍କା ଲାଗିଥିବା ପୁଲିସ ପକ୍ଷରୁ କୁହାଯାଇଛି। ଅଞ୍ଚଳରେ ଏଭଳି କମ୍ବିଂ ଓ ସର୍ଚ୍ଚ ଅପରେସନ୍ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ଏସପି ସୂଚନା ଦେଇଛନ୍ତି।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ