
ଦେବଗଡ଼:ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ,ମିଶନଶକ୍ତି ଓ ପର୍ଯ୍ୟଟନ ବିଭାଗର ମନ୍ତ୍ରୀ ପ୍ରଭାତୀ ପରିଡା ଆଜି ଦେବଗଡ ଗସ୍ତରେ ଆସି ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସମୀକ୍ଷା କରିଥିଲେ।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡା ଯୋଗ ଦେଇ ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକରର କାର୍ଯ୍ୟକାରିତା,ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ଏବଂ ଜିଲ୍ଲାର ସାମଗ୍ରିକ ବିକାଶ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହାସହିତ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବା ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।ଏହି ବୈଠକରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ, ଏସପି କିଶୋର ଚନ୍ଦ୍ର ମୁଣ୍ଡ, ଡିଏଫଓ ମିସ ରଶ୍ମି ଜୀ,ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ, ଉପଜିଲ୍ଲାପାଳ ପରୀକ୍ଷିତ ସାହୁଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।




