ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମାମଲାରେ ସର୍ବୋଚ୍ଚ ଅଦାଲତଙ୍କ ସ୍ଥଗିତାଦେଶ

ନୂଆଦିଲ୍ଲୀ: ଭାରତୀୟ ସେନାର ମାନହାନି କଲା ଭଳି ମନ୍ତବ୍ୟ ନେଇ ରାହୁଲଙ୍କ ବିରୋଧରେ ଚାଲିଥିବା ମାମଲା ଉପରେ ସର୍ବୋଚ୍ଚ ଅଦାଲତ ସ୍ଥଗିତାଦେଶ ଦେଇଛନ୍ତି, କିନ୍ତୁ ଏଭଳି ଟିପ୍ପଣୀ ଦେଇଥିବାରୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା କରିଛନ୍ତି । । ୨୦୨୨ରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରାରେ ରାହୁଲ କହିଥିଲେ, ଭାରତୀୟ ଯବାନଙ୍କୁ ଚୀନ ସୈନିକ ମାଡ଼ ମାରିଛନ୍ତି। ଭାରତର ୨୦୦୦ ବର୍ଗ କିଲୋମିଟର ଭୂମି ଚୀନ ଅକ୍ତିଆର କରିଛି । ଏଭଳି ମନ୍ତବ୍ୟ ପାଇଁ ରାହୁଲ ଗାନ୍ଧୀଙ୍କ ବିରୋଧରେ ଲକ୍ଷ୍ନୌର ଏକ ସ୍ୱତନ୍ତ୍ର ଅଦାଲତରେ ମାନହାନି ରୁଜୁ ହୋଇଥିଲା । ଏହା ବିରୋଧରେ ରାହୁଲଙ୍କ ପକ୍ଷରୁ ଆହ୍ଲାବାଦ ହାଇକୋର୍ଟରେ ଆବେଦନ କରାଯାଇଥିଲା । ସ୍ଥଗିତାଦେଶ ପାଇଁ ଆହ୍ଲାବାଦ ହାଇକୋର୍ଟ ମନା କରିଥିଲେ । ପରେ ରାହୁଲ ସୁପ୍ରିମକୋର୍ଟକୁ ଯାଇଥିଲେ । ସୁପ୍ରିମକୋର୍ଟ ମାମଲା ଉପରେ ସ୍ଥଗିତାଦେଶ ଦେଇଥିଲେ ବି ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କରିଛନ୍ତି। ସର୍ବୋଚ୍ଚ ଅଦାଲତ କହିଛନ୍ତି, ‘ଜଣେ ପ୍ରକୃତ ଭାରତୀୟ କେବେ ଏପରି ମନ୍ତବ୍ୟ ଦେଇପାରିବ ନାହିଁ’। ‘ରାହୁଲଙ୍କ ପାଖରେ ସେପରି କିଛି ପ୍ରମାଣ ଅଛି କି?’ ‘ସେତେବେଳେ ଥିଲେ କେଉଁଠି?’ ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। ଲୋକସଭାର ବିରୋଧୀ ଦଳ ନେତା ହିସାବରେ ରାହୁଲ ସଂସଦରେ ଏ ପ୍ରସଙ୍ଗ ଉଠାଇପାରିଥାନ୍ତେ। ‘ବାକ୍ ସ୍ବାଧୀନତା ଆଳରେ କେହି ମନଇଚ୍ଛା କିଛି କହିପାରିବେ ନାହିଁ’। ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା କରିଥିଲେ ବି ତଳ କୋର୍ଟରେ ତାଙ୍କ ବିରୋଧରେ ଚାଲିଥିବା ମାନହାନି ମାମଲା ଉପରେ ୩ ସପ୍ତାହ ପାଇଁ ସ୍ଥଗିତାଦେଶ ଦେଇଛନ୍ତି ।

  • Related Posts

    ଚୂଡାନ୍ତ ପ୍ରାର୍ଥୀ ତାଲିକା : ୩୪୭ କଲେଜରେ ୬୩୬୨ ପ୍ରାର୍ଥୀ, ୧୩ ବିଶ୍ବବିଦ୍ୟାଳୟରେ ୨୮୭ ପ୍ରାର୍ଥୀ

    ଭୁବନେଶ୍ବର : ଦୀର୍ଘ ୮ବର୍ଷ ପରେ ରାଜ୍ୟରେ ଅନୁଷ୍ଠିତ ହେଉଛି କଲେଜରେ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ମୋଟ ୬୩୬୨ ପ୍ରାର୍ଥୀ। ସେହିପରି ବିଶ୍ବବିଦ୍ୟାଳୟ ସ୍ତରରେ ୨୮୭ ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛି। ଉଚ୍ଚଶିକ୍ଷା…

    Continue reading
    ଛାତ୍ର ସଂସଦ ନିର୍ବାଚନ: ବାଣୀବିହାର ମଇଦାନରେ ୨୯ ପ୍ରାର୍ଥୀ

    ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନରେ ଛାତ୍ରଛାତ୍ରୀଙ୍କ ଉତ୍ସାହଠୁ ଅଧିକ ରାଜନେତା, ଛାତ୍ର ସଂଗଠକ ମଧ୍ୟରେ ଦେଖିବାକୁ ମିଳୁଛି । ଉତ୍କଳ ବିଶ୍ୱବିଦ୍ୟାଳୟ ଉପରେ ସମସ୍ତଙ୍କ ନଜର । ଶନିବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ