
ଦେବଗଡ଼:ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସହରାଚଂଳର ସ୍ବାସ୍ଥ୍ୟ କେନ୍ଦ୍ରରେ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି।ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ ଡା.ପ୍ରଭାତ ଓଝାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ସହକାରୀ ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅମରେଶ ଶତପଥି, ଡା.ଭବାନୀଶଙ୍କର ମଲ୍ଲିକ,ଆସିଷ୍ଟାଣ୍ଡ ମ୍ୟାନେଜର ଅମିୟ ସାହୁ, ଆରବିଏସକେ ମ୍ୟାଜେନଜର ମୁକେଶ ଭୋଇ ଯୋଗ ଦେଇ ତମାଖୁର ସ୍ବାସ୍ଥ୍ୟ ଉପରେ ପଡୁଥିବା କୁପ୍ରଭାବ ସଂପର୍କରେ ଆଲୋକପାତ କରିଥିଲେ।ଏହି ଅବସରରେ ଏଏନଏମ ଛାତ୍ରୀମାନଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ସହରାଚଂଳର ଅଙ୍ଗନୱାଡି କର୍ମୀ,ଆଶା କର୍ମୀ, ମହିଳା ସ୍ବାସ୍ଥ୍ୟ କର୍ମୀଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।


