ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ ୨୦୨୫ ଏବଂ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ ରେ ଓଡିଶା ସର୍ବଶ୍ରେଷ୍ଠ ରାଜ୍ୟ

ଭୁବନେଶ୍ୱର, ୧୨ ଅଗଷ୍ଟ ୨୦୨୫:ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ପାଳିତ ବିଶ୍ୱ ମୁଖ ଗହ୍ଵର ସ୍ୱାସ୍ଥ୍ୟ ଦିବସ ୨୦୨୫ ଏବଂ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ ରେ ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଓଡିଶାକୁ ଜାତୀୟ ସ୍ତରରେ ସମ୍ମାନିତ କରାଯାଇଛି । ଏହି ପୁରସ୍କାର ଓ ସମ୍ମାନପତ୍ର ଦିଲ୍ଲୀସ୍ଥିତ ଏମ୍ସରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ଓଡିଶାର ରାଜ୍ୟ ପରାମର୍ଶଦାତାଙ୍କ ଦ୍ୱାରା ଗ୍ରହଣ କରାଯାଇଛି । ସେହିପରି ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆୟୋଜିତ ତମାଖୁ ମୁକ୍ତ ଯୁବ ଅଭିଯାନ ୨.୦ ରେ (ସେପ୍ଟେମ୍ବର–ନଭେମ୍ବର ୨୦୨୪ , ୬୦ ଦିନ ପାଇଁ )ରେ ଓଡିଶାଙ୍କୁ ସର୍ବଶ୍ରେଷ୍ଠ କାର୍ଯ୍ୟକୁଶଳ ରାଜ୍ୟ ଭାବେ ଚୟନ କରାଯାଇ ଜାତୀୟ ସ୍ତରରେ ସମ୍ମାନିତ କରାଗଲା । ଏହି ସମ୍ମାନ, ରାଜ୍ୟର ଯୁବଶକ୍ତିଙ୍କ ଦ୍ୱାରା ସମାଜରେ ତମାଖୁ ବ୍ୟବହାରର କୁପ୍ରଭାବ ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାରେ ସଫଳ ପ୍ରୟାସ ପାଇଁ ପ୍ରଦାନ କରାଗଲା। ଏହି ସମ୍ମାନ, ମୁଖ ସ୍ୱାସ୍ଥ୍ୟ ସେବାକୁ ଗାଁରୁ ଶହର ସବୁ ସ୍ତରରେ ପହଞ୍ଚାଇବା ପାଇଁ ଓଡିଶା ସରକାରଙ୍କ ପ୍ରତିବଦ୍ଧତାର ପ୍ରମାଣ ଦେଉଛି । ସ୍ୱାସ୍ଥ୍ୟ ବିଭାଗର ସମଗ୍ର ସ୍ୱାସ୍ଥ୍ୟ ପ୍ରଣାଳୀକୁ ସୁଦୃଢ଼ କରିବାରେ ନିରନ୍ତର ପ୍ରୟାସ ପାଇଁ ରାଜ୍ୟ ଜାତୀୟ ସ୍ତରରେ ପ୍ରଶଂସା ପାଇଛି।

  • Related Posts

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ୭୯ ତମ ସ୍ବାଧିନତା ଦିବସ ପାଇଁ ପ୍ରସ୍ତୁତି ଅବସରରେ ଭୁବନେଶ୍ବର ଗାନ୍ଧୀମାର୍ଗରେ ଆଜି ପରେଡ୍‌ ରିହର୍ସଲ ଆୟୋଜିତ ହୋଇଛି । ଚଳିତ ବର୍ଷ ପୁଲିସ ବ୍ୟାଣ୍ଡ ସହ ବିଭିନ୍ନ ସ୍କୁଲର ବ୍ୟାଣ୍ଡ ମଧ୍ୟ ପରେଡ୍‌ ସମାରୋହରେ ତାଙ୍କ କମାଲ ଦେଖାଇବେ ।…

    Continue reading
    ଅପାରଗ ବାବୁଙ୍କୁ ହଟାଇବାକୁ ହେବ ସ୍ବତନ୍ତ୍ର ଅଭିଯାନ

    ଭୁବନେଶ୍ବର: ଅଗଷ୍ଟ ୭ ଭିତରେ ସମସ୍ତ ବିଭାଗୀୟ ମୁଖ୍ୟ ସେମାନଙ୍କ ବିଭାଗର ଅପାରଗ ବାବୁଙ୍କ ତାଲିକା ଦେବାକୁ କୁହାଯାଇଥିଲା। ହେଲେ ଅଧିକାଂଶ ବିଭାଗ ତାଲିକା ଦେଲେନି। ଯେତିକି ବିଭାଗ ତାଲିକା ଦେଲେ ସେଥିରେ ଅପାରଗ ବାବୁ ନାହାନ୍ତି ବୋଲି ଲେଖିଛନ୍ତି। ବାସ୍ତବରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    Promoting Ayush systems of medicine at global level

    MSDE Hosts Consultative Workshop to Drive National Scheme for ITI Upgradation in Odisha

    Nationwide Digital Life Certificate Campaign 4.0 from 1st to 30th November, 2025

    210 Panchayat Leaders to attend Independence Day Celebrations in New Delhi as Special Guests

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ଘନେଇଲା ଭାରତ-ପାକିସ୍ତାନ ଯୁଦ୍ଧ ଆଶଙ୍କା

    ଘନେଇଲା ଭାରତ-ପାକିସ୍ତାନ  ଯୁଦ୍ଧ ଆଶଙ୍କା