ବିଷ୍ଣୁପଦଙ୍କ ଆଗୁଆ ଜାମିନ ଆବେଦନ ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ: ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନ ମାମଲାର ଶୁଣାଣି ଆଜି ହାଇକୋର୍ଟରେ ଶେଷ ହୋଇଛି। କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ରାୟ ପ୍ରକାଶ ପର୍ୟ୍ୟନ୍ତ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ।

ବହୁ ଚର୍ଚ୍ଚିତ ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନ ଲିମିଟେଡ୍‌ର ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢ଼ାଉ କରିଥିଲା। ସିବିଆଇର ଚଢ଼ାଉକୁ ବେଆଇନ ଦର୍ଶାଇ ଏହାକୁ ବନ୍ଦ କରିବାକୁ ବିଷ୍ଣୁପଦ, ତାଙ୍କ ପତ୍ନୀ ଏବଂ ଝିଅ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ଆବେଦନ ଖାରଜ ହେବା ପରେ ଆଗୁଆ ଜାମିନ ପାଇଁ ବିଷ୍ଣୁପଦ ସାନି ଦରଖାସ୍ତ ଦାଖଲ କରିଥିଲେ।

ସିବିଆଇର ଅଭିଯୋଗ ଅନୁଯାୟୀ, ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନ ଲିମିଟେଡର ଏକ ବିଲ୍ ପାସ୍ କରାଇବା ନେଇ ୧୦ ଲକ୍ଷ ଟଙ୍କାର ଲାଞ୍ଚ କାରବାର ହୋଇଥିଲା। ଏହି ଘଟଣାରେ ବିଷ୍ଣୁପଦଙ୍କ ଅଫିସର କେତେ ଜଣ କର୍ମଚାରୀ ଏବଂ ତାଙ୍କ ଡ୍ରାଇଭରଙ୍କୁ ସିବିଆଇ ଜେରା ମଧ୍ୟ କରିଛି। ବିଷ୍ଣୁପଦଙ୍କୁ ପଚରାଉଚରା ପାଇଁ ସମନ କରାଯାଇଥିଲେ ମଧ୍ୟ ସେ ହାଜର ହୋଇନଥିଲେ ବୋଲି ସିବିଆଇ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଏଫଆଇଆର୍‌ରେ ତାଙ୍କ ନାଁ ନଥିଲେ ମଧ୍ୟ ସିବିଆଇ ତାଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଚଢ଼ାଉ କରିଥିଲା ବୋଲି ଅଭିଯୋଗ କରିଥିଲେ ବିଷ୍ଣୁପଦ। ଅଯଥାରେ ତାଙ୍କୁ ହଇରାଣ କରାଯାଉଛି ବୋଲି ସେ ଆବଦେନରେ ଦର୍ଶାଇଥିଲେ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ